ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ବନ୍ୟା କ୍ଷତିଗ୍ରସ୍ତଙ୍କୁ ୧୫ ଦିନ ଭିତରେ ସହାୟତା ଘୋଷଣା

0
  • ଆକାଶ ମାର୍ଗ ରୁ ମୁଖ୍ୟମନ୍ତ୍ରୀ ଙ୍କ ବନ୍ୟାଞ୍ଚଳ ପରିଦର୍ଶନ
  • କ୍ଷତିଗ୍ରସ୍ତ ଅଞ୍ଚଳ ରେ ପନ୍ଦର ଦିନ ପାଇଁ ରିଲିଫ ସହାୟତା ଘୋଷଣା.
  • ପାଣି ଛାଡିବାର ସାତଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ, ପନ୍ଦର ଦିନ ରେ ସହାୟତା ଯୋଗାଇବାକୁ ନିର୍ଦେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଞ୍ଚଳ ଜଳମଗ୍ନ ହେଵା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ୫ଟି ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ

ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି। ଖୁରୁଧା , ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲା ଯେଉଁ ଗାଁ ମାନଙ୍କ ରେ ପାଣି ପଶିଛି ସେଠାରେ ବିପନ୍ନ ଲୋକ ମାନଙ୍କୁ ୧୫ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲା ର ପାଣି ପଶିଥିବା ଗାଁ ର ଲୋକମାନଙ୍କୁ ସାତ ଦିନ ପାଇଁ ରିଲିଫ ଦିଆଯିବ। ପାଣି ଛାଡିବାର ସାତ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର ୧୫ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ, ପ୍ରଶାସନ କୁ ନିର୍ଦେଶ ଦେଇଛନ୍ତି।

Leave A Reply

Your email address will not be published.