ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆଇଏଏସ୍ ସ୍ତରରେ ବଡ ଧରଣର ଅଦଳବଦଳ

0

ଭୁବନେଶ୍ବର: ରାଜ୍ୟ ସରକାର ଆଜି ପ୍ରଶାସନିକ ସେବା ଅଧିକାରୀ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ତରଫରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଅବକାରୀ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି। ଏଥିସହ ସେ ପୂର୍ବପରି ଗ୍ରୀଡକୋ ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ। କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ସଚିବ ଡ. ଅରବିନ୍ଦ ପାଢ଼ୀ ଅତିରିକ୍ତ ଭାବେ ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ତୁଲାଇବେ। ସେହିଭଳି ସୁରେଶ କୁମାର ବିଶିଷ୍ଠଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦର ସଚିବ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଆଇଏଏସ ଶୁଭା ଶର୍ମାଙ୍କୁ ମହିଳା ଓ ଶିଶୁ କଲ୍ୟାଣ ବିଭାଗର ସଚିବ ଦାୟୀତ୍ୱ ମିଳିଛି ।

ଅନ୍ୟପଟେ ଭାସ୍କର ଜ୍ୟୋତି ଶର୍ମା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ସଚିବ ହୋଇଥିବା ବେଳେ ଶାଳିନୀ ପଣ୍ଡିତଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବଭାଗର ସଚିବ ପଦ ମିଳିଛି । ଅନ୍ୟପଟେ ଗୁହାପୁନମ ତାପସ କୁମାର ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ପଦ ଓ ବୃନ୍ଦା ଡିଙ୍କୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ପଦ ମିଳିଛି । ଏହାସହ ସଂଜୟ କୁମାର ମିଶ୍ର ଓପିଟିସିଏଲର ପରିଚାଳନା ନିର୍ଦ୍ଦେଶକ ପଦ ପାଇଛନ୍ତି ଓ ସରୋଜ କୁମାର ମିଶ୍ରଙ୍କୁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ପଦ ମିଳିଛି ।

‌ରାଜ୍ୟ ସରକାର ଜାତୀୟ ସ୍ବାସ୍ଥ୍ୟ ମିଶନରେ ମିଶନ ନିର୍ଦ୍ଦେଶିକା ଭାବେ ଓଏସ୍‌ଏମ୍‌ସିଏଲ୍‌ର ପରିଚାଳନା ନିର୍ଦ୍ଦେଶିକା ଡ. ବୃନ୍ଦା ଡି’ଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି। ସେହିପରି ବାଣିଜ୍ୟ ଓ ପରିବହନ ବିଭାଗରେ ସ୍ବତନ୍ତ୍ର ସଚିବ ସଂଜୟ କୁମାର ମିଶ୍ରଙ୍କୁ ଓପିଟିସିଏଲ୍‌ରେ ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି। ସରୋଜ କୁମାର ମିଶ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବତନ୍ତ୍ର ସଚିବ ‌ହୋଇଛନ୍ତି।

Leave A Reply

Your email address will not be published.