ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିଜୁ ଏକ୍ସପ୍ରେସ ୱେରେ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ

0

ଝାରସୁଗୁଡ଼ା :ଝାରସୁଗୁଡ଼ା ବାଇପାସ୍ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟି ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ବିଜୁ ଏକ୍ସପ୍ରେସ୍ ୱେରେ ଏହି ଦୁର୍ଘଟଣା ଘଟିଛି ।

ଆଜି ସଂଧ୍ୟା ୭ଟା ସମୟରେ ଠେଲକୋଲୋଇ ସ୍ଥିତ ଜେଏସଡବ୍ଲୁ ଭୂଷଣ ପ୍ଲାଣ୍ଟରୁ ୬୦ରୁ ଅଧିକ କର୍ମଚାରୀଙ୍କୁ ନେଇ ଏକ ବସ ଆସୁଥିଲା । କୋଇଲା ବୋଝେଇ ହୋଇଥିବା ଏକ ହାଇୱା ଦୁଇଟି ଗାଈକୁ ଧକ୍କା ଦେଇ ଡିଭାଇଡର ଭାଙ୍ଗି ରାସ୍ତାର ଅପରପାଶ୍ୱର୍ରେ ଯାଉଥିବା ବସକୁ ଧକ୍କା ଦେଇଥିଲା । ଫଳରେ ବସ୍‌ ଭିତରେ ଥିବା ଶ୍ରମିକମାନେ ଗୁରୁତର ଆହତ ହୋଇଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ୪ ଜଣ ଶ୍ରମିକଙ୍କୁ ମୃତ ଘୋଷଣା କରିଥିଲେ।୯ ଆହତ ଶ୍ରମିକଙ୍କୁ ଗୁରୁତର ଝାରସୁଗୁଡ଼ା ମେଡ଼ିକାଲରେ ଭର୍ତ୍ତି କରାଯାଇଛି।ଝାରସୁଗୁଡ଼ା ଜିଲ୍ଲାପାଳ ଡାକ୍ତରଖାନାରେ ପହଁଚି ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି ।

ଗୁରୁତର ଥିବା ୯ ଶ୍ରମିକଙ୍କୁ ସେଠାରେ ଚିକିତ୍ସା କରାଯାଉଛି। ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଜେଏସଡବ୍ଲୁ କାରଖାନାର ଉଚ୍ଚ ପଦସ୍ଥ କର୍ମଚାରୀମାନେ ମେଡ଼ିକାଲ୍‌ରେ ପହଞ୍ଚିଛନ୍ତି। ଆହତ ଶ୍ରମିକଙ୍କ ସ୍ୱାସ୍ଥ୍ୟ ଅବସ୍ଥା କେମିତି ଅଛି, ଡାକ୍ତରଙ୍କୁ ପଚାରି ବୁଝୁଛନ୍ତି। ଆବଶ୍ୟକ ପଡ଼ିଲେ ଗୁରୁତର ଶ୍ରମିକଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇପାରେ ବୋଲି ମତପ୍ରକାଶ ପାଇଛି।

Leave A Reply

Your email address will not be published.