ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଟକ ଏସସିବିରୁ ନବଜାତ ଶିଶୁ ଚୋରି

0

କଟକ: ଏସସିବି ବଡ ମେଡିକାଲ ପ୍ରସୂତି ବିଭାଗର ଆଇସିୟୁରୁ ନବଜାତ ଶିଶୁ କନ୍ୟା ଚୋରି ଅଭିଯୋଗ ହୋଇଛି। ଗୋଟିଏ ନବଜାତ ଶିଶୁକୁ ଏସିସିବି ମେଡିକାଲରୁ କେହି ଚୋରି କରିନେଇଥିବା ଅଭିଯୋଗ ହୋଇଛି ।ଏନେଇ ଶିଶୁର ବାପା ଏସସିବି ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି । ତେବେ ଶିଶୁକୁ ଏପର୍ଯ୍ୟନ୍ତ କିଏ ନେଇଛି ତାହା ଜଣାପଡିନାହିଁ । ଅଭିଯୋଗ ପରେ ଏସସିବି କର୍ତ୍ତୃପକ୍ଷ ସିସିଟିଭି ଯାଞ୍ଚ କରୁଛନ୍ତି | ଚିକିତ୍ସା ସମୟରେ ଚୋରି ହୋଇଥିବାର ଅଭିଯୋଗ କରିଛନ୍ତି ନବଜାତ ଶିଶୁର ବାପା।

ନବଜାତ ଶିଶୁର ବାପାଙ୍କ କହିବା ଅନୁସାରେ, ଗତ ଗୁରୁବାର ଦିନ ତାଙ୍କର ସ୍ତ୍ରୀଙ୍କୁ ଏସସିବି ମେଡିକାଲର ପ୍ରସୂତି ବିଭାଗରେ ଭର୍ତ୍ତି କରିଥିଲେ । ସେହି ଦିନ ତାଙ୍କର ଯାଆଁଳା ଶିଶୁ କନ୍ୟା ଜନ୍ମ ହୋଇଥିଲା ଏବଂ ଦୁଇ ଶିଶୁ କନ୍ୟା ସୁସ୍ଥ ଥିଲେ । ଆଜି ସେମାନଙ୍କୁ ଡିସଚାର୍ଜ କରିବା ପାଇଁ ସକାଳେ ଡାକ୍ତର କହିଥିଲେ । ମାତ୍ର ଆଜି ଚେକଅପ କରିବା ସମୟରେ ସାନ ଝିଅର ଜଣ୍ଡିସ ହୋଇଥିବା ଜଣାପଡିଥିଲା ।

ତେବେ ଶିଶୁ କନ୍ୟାକୁ ଆଜି ଦିନ ୧୨ଟା ସମୟରେ ଆଇସିୟୁରେ ଭର୍ତ୍ତି କରିଥିଲେ । ଶିଶୁ କନ୍ୟାର ପିଉସୀ ଆଡମିଶନ କରିକି ଆସିବା ପରେ ଦିନ ୩ଟାରେ ଶିଶୁ କନ୍ୟା ଚୋରି ହୋଇଥିବା ପିଉସୀ ଜାଣିବାକୁ ପାଇଥିଲେ । ତେବେ ଶିଶୁର ବାପାଙ୍କ କହିବା କଥା ଯେତେବେଳେ ଆଇସିୟୁ ଭିତରକୁ କାହାକୁ ଅନୁମତି ନାହିଁ କିଭଳି ଆଇସିୟୁରୁ ଝିଅ ଚୋରି ହେଲା । ଚୋରି ପଛରେ ପ୍ରସୂତି ବିଭାଗ କର୍ମଚାରୀଙ୍କ ହାତ ଥିବା ଅଭିଯୋଗ କରିଛନ୍ତି ଶିଶୁ କନ୍ୟାର ବାପା | ଏହି ଘଟଣାକୁ ନେଇ ତୋଫାନ ଏସସିବି ଫାଣ୍ଡିରେ ଅଭିଯୋଗ କରିଛନ୍ତି |

Leave A Reply

Your email address will not be published.