ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଆଶା ପାରେଖ ପାଇବେ ଦାଦା ସାହେବ ଫାଲକେ ଆୱାର୍ଡ

0

ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଅଭିନେତ୍ରୀ ଆଶା ପାରେଖ ପାଇବେ ଦାଦା ସାହେବ ଫାଲକେ ଆୱାର୍ଡ।ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର । ରାଷ୍ଟ୍ରୀୟ ଚଳଚିତ୍ର ପୁରସ୍କାର ସମାରୋହରେ ଆଶା ପାରେଖଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ।

ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରୀକୁ ଅତୁଳନୀୟ ଅବଦାନ ପାଇଁ ୭୯ ବର୍ଷୀୟ ଆଶାଙ୍କୁ ଏହି ସର୍ବୋଚ୍ଚ ପୁରସ୍କାରରେ ସମ୍ମାନିତ କରାଯିବା ପାଇଁ ମନୋନୀତ କରାଯାଇଛି। ୨୦୨୦ ବର୍ଷ ପାଇଁ ତାଙ୍କୁ ଦାଦା ସାହେବ ଫାଲକେ ପୁରସ୍କାର ଦିଆଯିବ। ୧୯୯୨ରେ ଅଶାଙ୍କୁ ‘ପଦ୍ମଶ୍ରୀ’ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏହାପରେ ୨୦୦୧ ରେ ଫିଲ୍ମ ଫେୟାର ତରଫରୁ ତାଙ୍କୁ ଲାଇଫଟାଇମ୍ ଆଚିଭମେଣ୍ଟ ପାଇଁ ମଧ୍ୟ ପୁରସ୍କୃତ କରାଯାଇଥିଲା । ଏହାସହ ୨୦୦୬ ମସିହାରେ ତାଙ୍କୁ ଫିଲ୍ମ ଏକାଡେମୀ ପୁରସ୍କାରରେ ମଧ୍ୟ ସମ୍ମାନୀତ କରାଯାଇଥିଲା । ସେ ୧୯୯୮ ରୁ ୨୦୦୧ ପର୍ଯ୍ୟନ୍ତ ସେନ୍ସର ବୋର୍ଡର ପ୍ରଥମ ମହିଳା ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଛନ୍ତି । ୨୨ ବର୍ଷ ପରେ ପ୍ରଥମ ଥର କୌଣସି ମହିଳାଙ୍କୁ ଏହି ସମ୍ମାନ ମିଳିବାକୁ ଯାଉଛି। ଆଶା ପାରେଖ ନିଜର ୬୯ ବର୍ଷର ଫିଲ୍ମ କ୍ୟାରିୟର୍‌ରେ ୮୦ରୁ ଅଧିକ ଫିଲ୍ମରେ ନିଜ ଅଭିନୟ କରି ଦର୍ଶକଙ୍କ ହୃଦୟରେ ରହିଯାଇଛନ୍ତି। ଏହାପୂର୍ବରୁ ୨୦୧୯ ବର୍ଷ ପାଇଁ ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କୁ ଦାଦା ସାହେବ ଫାଲକେ ଆୱାର୍ଡରେ ସମ୍ମାନିତ କରାଯାଇଥିଲା।

୧୯୪୨ ଅକ୍ଟୋବର ୨ ତାରିଖରେ ବେଙ୍ଗାଲୋରର ଏକ ଗୁଜୁରାତି ପରିବାରରେ ଜନ୍ମଗ୍ରହଣ କରିଥିଲେ ଆଶା ପାରେଖ । ସେ ୧୦ ବର୍ଷ ବୟସରୁ ବଲିଉଡରେ ପାଦ ଦେଇଥିଲେ । ତାଙ୍କ ସିନେ କ୍ୟାରିଅର ମଧ୍ୟରେ ସେ ଦେବାନନ୍ଦ, ରାଜେଶ ଖାନ୍ନା, ଶଶି କପୁର, ଜିତେନ୍ଦ୍ର, ମନୋଜ କୁମାର ଓ ଧର୍ମେନ୍ଦ୍ରଙ୍କ ଭଳି ଅଭିନେତାଙ୍କ ସହ ଅଭିନୟ କରିଛନ୍ତି । ଏହାସହ ସେ ଜଣେ ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ ମଧ୍ୟ । ସେ ୧୯୫୨ ମସିହାରେ ଆସମାନ ସିନେମାରେ ଜଣେ ଛୋଟ ପିଲା ଚରିତ୍ରରେ ଅଭିନୟ କରିଥିଲେ । ଏହାପରେ ସେ କେବେ ପଛକୁ ଫେରି ଚାହିଁ ନାହାଁନ୍ତି । ଗୋଟିଏ ପରେ ଗୋଟିଏ ହିଟ୍ ସିନେମାରେ ଅଭିନୟ କରି ସେ ତାଙ୍କ ଅଭିନୟର ଯାଦୁ ଦେଖାଇଥିଲେ ।

Leave A Reply

Your email address will not be published.