ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆଜି ପ୍ରବଳ ବର୍ଷିବ

0

ଭୁବନେଶ୍ବର; ଉପକୂଳ ଓଡ଼ିଶାରେ ବର୍ଷାର ବିସ୍ତୃତି ବଢ଼ିବ। ଆଜି ବଙ୍ଗୋପସାଗରରେ ଆଉ ଏକ  ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ୧୨ ତାରିଖ ଯାଏଁ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷକରି ଉପକୂଳ ସମେତ ଦକ୍ଷିଣ ଓଡ଼ିଶା ପ୍ରଭାବିତ ହେବ । ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା ଏବଂ କଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି । ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ପାଣିପାଗ ବିଶେଷଜ୍ଞ ଉମାଶଙ୍କ ଦାସଙ୍କ କହିବା ଅନୁସାରେ, ଗତକାଲିଠାରୁ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଘୁର୍ଣ୍ଣିବଳୟ ରହିଥିଲା। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ରହିବ। ଉପକୂଳବର୍ତ୍ତୀ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସାଙ୍ଗକୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଟ୍ଵିନ ସିଟିରେ ମଧ୍ୟ ହଲୁକାରୁ ମାଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲିଠାରୁ ବର୍ଷାର ବିସ୍ତୃତି କମିପାରେ। ତେବେ ରାଜ୍ୟରୁ ଏପର୍ଯ୍ୟନ୍ତ ମୌସୁମୀ ଅପସାରଣ କରିନାହିଁ ଏବଂ ବର୍ଷା ଲାଗି ରହୁଥିବାରୁ ମୋସୁମୀ ଅପସାରଣ କେବେ ହେବ ଆକଳନ ହୋଇନାହିଁ। ସେ ଆହୁରି କହିଛନ୍ତି, ବାତ୍ୟା ନେଇ କୌଣସି ସୂଚନା ନାହିଁ। ଚଳିତ ଅକ୍ଟୋବର ମାସରେ ସ୍ୱାଭାବିକଠାରୁ ସର୍ବାଧିକ ୬୯ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି , କିନ୍ତୁ ବାତ୍ୟାର ସମ୍ଭାବନା ନାହିଁ।

Leave A Reply

Your email address will not be published.