ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ଭିଜିଲାନ୍ସ ଜାଲରେ ଫଶିଲେ ମାନସ ରଂଜନ

0

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଜିପିଏଫ ଡିଭିଜିନ-୧ର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ । ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀଙ୍କ ଘରେ ସୋମବାର ସକାଳୁ ଚଢ଼ାଉ କରାଯାଉଛି। ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ ଏକକାଳୀନ ୬ଟି ସ୍ଥାନରେ କରାଯାଉଛି।। ଚଢ଼ାଉରେ ୩ ଡିଏସପି, ୧୧ ଇନ୍ସପେକ୍ଟର, ୨ ଜଣ ସବ୍ ଇନ୍ସପେକ୍ଟରଙ୍କ ସହ ୫ ଜଣ ଏଏସଆଇ ସାମିଲ ହୋଇଛନ୍ତି ।

ଭୁବନେଶ୍ବରରେ ଥିବା କାର୍ଯ୍ୟାଳୟ ସାଙ୍ଗକୁ ବାସଭବନ ଓ ସମ୍ପର୍କୀୟ ଘରେ ରେଡ୍ କରିଛି ଭିଜିଲାନ୍ସ । କଟକ ସିଡିଏ ସେକ୍ଟର ୭ର ତିନିମହଲା କୋଠା, ସାଲେପୁର ଚମ୍ପତିପାଟଣାରେ ଏକ ମହଲା କୋଠା ଠାବ ହୋଇଛି । ସେହିପରି ଜଟଣୀରେ ଥିବା ଏକ ଫ୍ଲାଟ୍ ଓ ଜଗତସିଂହପୁର କୁଜଙ୍ଗ ନିକଟ ଗଣ୍ଡକିପୁରରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ରେଡ୍ ଚାଲିଛି ।

Leave A Reply

Your email address will not be published.