ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଡି.ୱାଇ ଚନ୍ଦ୍ରଚୂଡ

0
  • ପରବର୍ତ୍ତୀ CJI ହେବେ ଡି.ୱାଇ ଚନ୍ଦ୍ରଚୂଡ
  • ଚନ୍ଦ୍ରଚୂଡଙ୍କ ନାଁ ସୁପାରିଶ କରିଛନ୍ତି ୟୁୟୁ ଲଳିତ
  • ନଭେମ୍ବର ୯ ତାରିଖରେ ନେବେ ଶପଥ

ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ । ନିଜର ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ଚନ୍ଦ୍ରଚୂଡଙ୍କ ନାଁ ସୁପାରିଶ କରିଛନ୍ତି ଜଷ୍ଟିସ ୟୁୟୁ ଲଳିତ । ଏନେଇ ସେ ସରକାରଙ୍କୁ ଚିଠି ଲେଖି ଜଣାଇଛନ୍ତି । ଡି.ୱାଇ ଚନ୍ଦ୍ରଚୂଡ ସୁପ୍ରିମକୋର୍ଟର ୫୦ତମ ପ୍ରଧାନ ବିଚାରପତି ଭାବେ ନଭେମ୍ବର ୯ ତାରିଖରେ ଶପଥ ନେବେ । ତାଙ୍କ କାର୍ଯ୍ୟକାଳ ଦୁଇ ବର୍ଷ ଗୋଟିଏ ଦିନ ରହିବ । ୨୦୨୪ ନଭେମ୍ବର ୧୦ ତାରିଖରେ ସେ ଅବସର ନେବେ। ଆସନ୍ତା ନଭେମ୍ବର ୮ ତାରିଖରେ ଅବସର ନେବେ ପ୍ରଧାନ ବିଚାରପତି ଜଷ୍ଟିସ ଲଳିତ । ସେ ସୁପ୍ରିମକୋର୍ଟର ୪୯ତମ ପ୍ରଧାନ ବିଚାରପତି ଭାବେ ଅଗଷ୍ଟ ୨୭ ତାରିଖ ଦିନ ଶପଥ ନେଇଥିଲେ । ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ମାତ୍ର ୭୪ ଦିନ ଥିଲା ।

ସୂଚନା ଅନୁଯାୟୀ ସୁପ୍ରିମକୋର୍ଟର ନୂଆ ଉତ୍ତରାଧିକାରୀ ଚୟନ ପାଇଁ କେନ୍ଦ୍ର ଆଇନ ମନ୍ତ୍ରୀ ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଥିଲେ । ବର୍ତ୍ତମାନର ପ୍ରଧାନ ବିଚାରପତି ୟୁ ୟୁ ଲଳିତ ଆଇନ୍ ମନ୍ତ୍ରଣାଳୟକୁ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ ନାମ ସୁପାରିସ କରିଛନ୍ତି । ଜଷ୍ଟିସ ଚନ୍ଦ୍ରଚୂଡ଼ ହେଉଛନ୍ତି ସୁପ୍ରିମକୋର୍ଟର ସବୁଠୁ ବରିଷ୍ଠ ବିଚାରପତି । ସେ ଆଗାମୀ ଦୁଇ ବର୍ଷ ପାଇଁ ପ୍ରଧାନ ବିଚାରପତି ଦାୟିତ୍ବରେ ରହିବେ ।

Leave A Reply

Your email address will not be published.