ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ଦୁର୍ଘଟଣାଗ୍ରସ୍ତ ହେଲା ଭାରତୀୟ ସେନା ବିମାନ

0
  • ଗୋଆରେ ମିଗ୍ ୨୯କେ ବିମାନ ଦୁର୍ଘଟଣା
  • ସମୁଦ୍ରକୁ ଡେଇଁ ଜୀବନ ବଞ୍ଚାଇଲେ ପାଇଲଟ୍
  • ଦ୍ବତୀୟ ଥର ହେଲା ବିମାନ ଦୁର୍ଘଟଣା

ଗୋଆ: ଦୁର୍ଘଟଣାଗ୍ରସ୍ତ ହେଲା ଭାରତୀୟ ସେନାର ମିଗ୍ ୨୯କେ ବିମାନ । ନିୟମିତ ଉଡାଣ ଭରିବା ବେଳେ ଗୋଆର ସମୁଦ୍ର ଉପରେ ଯାନ୍ତ୍ରିକ ତ୍ରୁଟି ପାଇଁ ଏହି ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ପୂର୍ବରୁ ପାଇଲଟ ଉପସ୍ଥିତ ବୁଦ୍ଧି ଖଟାଇ ବିମାନରୁ ଡେଇଁବା ସହ ନିଜ ଜୀବନ ବଞ୍ଚାଇବାରେ ସଫଳ ହୋଇଛନ୍ତି । ପାଇଲଟଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ସ୍ଥିର ରହିଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏନେଇ ଭାରତୀୟ ନୌସେନା ସୂଚନା ଦେଇଛି । ତେବେ ଘଟଣାର ତଦନ୍ତ ପାଇଁ ବୋର୍ଡ ଅଫ୍ ଇନକ୍ୱାରୀ କୁ ନିର୍ଦ୍ଦେଶ ଦିଆଯାଇଥିବା ନୌସେନା କହିଛି ।

ଉଲ୍ଲେଖଯୋଗ୍ୟ, ୨୬ ନଭେମ୍ବର ୨୦୨୦ରେ ମଧ୍ୟ ଗୋଆ ଉପକୂଳ ନିକଟରେ MIG-29K ଟ୍ରେନର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣା ପରେ ବିମାନର ଟର୍ବୋ ଚାର୍ଜର, ଇନ୍ଧନ ଟ୍ୟାଙ୍କ, ୱିଙ୍ଗ, ଇଞ୍ଜିନ ସମେତ କିଛି ଭଗ୍ନାବଶେଷ ମିଳିଥିଲା । ଋୁଷ ନିର୍ମିତ ଏହି ବିମାନ ଆଇଏନ୍‌ଏସ୍ ବିକ୍ରମାଦିତ୍ୟରୁ ଉଡାଣ ଭରିଥିଲା । ସନ୍ଧ୍ୟା ପ୍ରାୟ ୫ଟାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।

Leave A Reply

Your email address will not be published.