ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

0

ବାଲେଶ୍ବର: ଭିଜିଲାନ୍ସ ଜାଲରେ ଫସିଲେ ବାଲେଶ୍ଵର କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ମହେଶ ପ୍ରସାଦ ପଟ୍ଟନାୟକଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ତେବେ ମହେଶଙ୍କ ବାଲେଶ୍ଵର ସ୍ଥିତ ଅଫିସ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢାଉ ଚାଲିଛି ।

ସୂଚନାନୁଯାୟୀ, ମହେଶ ପ୍ରସାଦ ପଟ୍ଟନାୟକଙ୍କ ବାଲେଶ୍ଵରସ୍ଥିତ ଅଫିସ, ରାୟଗଡା କସ୍ତୁରିନଗର ସ୍ଥିତ ପୈତୃକ ଘର, ବିଶାଖାପାଟନମ୍ ଚିନ୍ନାଗଡ଼ିଲି ସ୍ଥିତ ଫ୍ଲାଟ, ଭୁବନେଶ୍ବର ସୁନ୍ଦରପଦାରେ ଥିବା ଫ୍ଲାଟ, ମୟୁରଭଞ୍ଜ ବାରିପଦା ମୁର୍ଗାବାଡି ସ୍ଥିତ ସରକାରୀ ବାସଭବନରେ ଚଢାଉ ଚାଲିଛି । ଭୁବନେଶ୍ଵର ସ୍ପେଶାଲ ଜଜଙ୍କ ନିର୍ଦ୍ଦେଶ କ୍ରମେ ଚଢାଉ ହୋଇଛି । ଏଥିରେ ୩ ଜଣ ଡିଏସପି, ୧୨ ଜଣ ଇନସ୍ପେକ୍ଟର, ୨ ଜଣ ସବ୍ ଇନସ୍ପେକ୍ଟର, ୫ ଜଣ ଏଏସ୍ଆଇ ଏବଂ ଅନ୍ୟ କର୍ମଚାରୀମାନେ ଚଢାଉରେ ସାମିଲ ଅଛନ୍ତି । ଏବେବି ଜାରି ରହିଛି ଚଢାଉ ।

Leave A Reply

Your email address will not be published.