ପ୍ରମୁଖ ଖବର

ବାଲେଶ୍ୱର ମିଶନ ଶକ୍ତି କାଫେରେ ଅଗ୍ନିକାଣ୍ଡ: ଜିଲ୍ଲାପାଳଙ୍କ ଅଫିସ କାର୍ଯ୍ୟାଳୟରେ ଥିବା ମିଶନ ଶକ୍ତି କାଫେର ରୋଷେଇ ଘରେ ଭୟାବହ ଅଗ୍ନିକାଣ୍ଡ
ରଘୁନାଥପାଲି, ବୀରମିତ୍ରପୁର, ବଣାଇରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର
ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ କ୍ରୀଡ଼ାବିତମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆସନ୍ତାକାଲି ଦେଶରେ ଚତୁର୍ଥ ପର୍ଯ୍ୟୟ ଭୋଟ ଗ୍ରହଣ ଓ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ୪ଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳିରେ ଭୋଟ ଗ୍ରହଣ ହେବ

ଓଡ଼ିଶାକୁ ବଡବର୍ଷା ଆସୁଛି

0

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୦ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି । ଏହା ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ପର୍ଯ୍ୟନ୍ତ ଲମ୍ବିଛି। ଦକ୍ଷିଣ ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ। ୪୮ ଘଣ୍ଟା ଭିତରେ ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବ ।

ଅବପାତ ସୃଷ୍ଟି ହେବା ନେଇ ପାଗ ଅନୁକୂଳ ରହିଛି। ବାତ୍ୟା ହେବ କି ନାହିଁ ୨୦ତାରିଖ ବେଳକୁ ଚିତ୍ର ସ୍ପଷ୍ଟ ହେବ । ତେବେ ଏଥିରେ ଉପକୂଳ, ଦକ୍ଷିଣ, ଆଭ୍ୟନ୍ତରୀଣ ଓଡ଼ିଶା ପ୍ରଭାବିତ ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଅଧିକାଂଶ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ସମ୍ଭାବନା ରହିଛି ।

ଏହା ଧୀରେ ଧୀରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତିକରି କେନ୍ଦ୍ରୀୟ ଓ ତତ୍ସଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ମୁହାଁଇବ।  ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୪୮ ଘଣ୍ଟାରେ  ଅଧିକ ଘନୀଭୂତ ହେବା ସଂଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.