ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ନବୀନ

0

ଭୁବନେଶ୍ୱର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୁମ୍ବାଇସ୍ଥିତ ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଭବନରେ ୨୮ ଗୋଟି ଏସି ରୁମ ଓ ୪ ଟି ଏସି ଡର୍ମିଟୋରୀ ରହିଛି । ଏହି ସବୁ ରୁମ୍ ମଧ୍ୟରୁ ୧୬ ଗୋଟି ୨ ଶଯ୍ୟା ବିଶିଷ୍ଟ ଏସି ରୁମ ଓ ୨ ଟି ଏସି ଡର୍ମିଟୋରୀ ମୁମ୍ବାଇରେ କ୍ୟାନ୍ସର ଭଳି ଦୂରାରୋଗ୍ୟ ବ୍ୟାଧିର ଚିକିତ୍ସା ନିମନ୍ତେ ଆସୁଥିବା ଓଡିଆ ଲୋକଙ୍କ ପାଇଁ ଉଦ୍ଦିଷ୍ଟ ରହିଛି ।

ସରକାରଙ୍କ ତରଫରୁ ରିହାତି ମୂଲ୍ୟରେ ଯୋଗାଇ ଦିଆଯାଉଥିବା ଏହି ରହଣି ସୁବିଧା ଦ୍ୱାରା ଓଡିଶାର ଆର୍ଥିକ ଦୁର୍ବଳ ଶ୍ରେଣୀର ରୋଗୀମାନେ ବିଶେଷଭାବେ ଉପକୃତ ହୋଇ ଆସୁଛନ୍ତି । ତେବେ ମୁମ୍ବାଇ ଓଡିଶା ଭବନରେ ରୋଗୀମାନଙ୍କ ପାଇଁ ଅଧିକ ରୁମର ବ୍ୟବସ୍ଥା କରିବାକୁ ଓଡିଶାର ଜନସାଧାରଣ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନ ତରଫରୁ ଦୀର୍ଘ ଦିନ ଧରି ଦାବି ହୋଇ ଆସୁଥିଲା । ସେମାନଙ୍କର ଦାବିକୁ ସମ୍ମାନ ଜଣାଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ଏହି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।

ଏହି ଅବସରରେ ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସଞ୍ଜୀବ ଚୋପ୍ରା, ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଶ୍ରୀ ଭି. କେ. ପାଣ୍ଡିଆନ, ନିର୍ମାଣ ବିଭାଗ ଓ ଇଡ୍‌କୋର ଅଧିକାରୀ ବୃନ୍ଦ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନର କର୍ମକର୍ତ୍ତା ଉପସ୍ଥିତ ଥିଲେ ।

ଉଲ୍ଲେଖଯୋଗ୍ୟ ଯେ ବିଭିନ୍ନ କାର୍ଯ୍ୟରେ ମୁମ୍ବାଇ ଆସୁଥିବା ସରକାରୀ ଅଧିକାରୀ ଓ ଜନସାଧାରଣଙ୍କୁ ମୁମ୍ବାଇ ଭଳି ମେଟ୍ରୋ ସହରରେ ସୁଲଭ ମୂଲ୍ୟରେ ରହଣି ଯୋଗାଇଦେବା ଉଦ୍ଦେଶ୍ୟରେ ଓଡିଶା ଭବନ, ମୁମ୍ବାଇ କାର୍ଯ୍ୟକରୁଅଛି । ଓଡିଶା ଭବନ, ମୁମ୍ବାଇର ଏହି ସଂପ୍ରସାରଣ ପୂର୍ଣ୍ଣ ହେଲେ ମୁମ୍ବାଇ ଭଳି ବ୍ୟୟବହୁଳ ସହରରେ ଅଧିକ କ୍ୟାନ୍ସର ପୀଡିତଙ୍କୁ ସ୍ୱଳ୍ପ ମୂଲ୍ୟରେ ରହଣି ଯୋଗାଇଦିଆଯାଇ ପାରିବ । ଏଥି ନିମନ୍ତେ ଓଡିଶାର ଜନସାଧାରଣ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

Leave A Reply

Your email address will not be published.