ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଦୀପାବଳି ଭେଟି, ୭୫୦୦୦ ଯୁବାଙ୍କୁ ନଯୁକ୍ତିପତ୍ର ପ୍ରଦାନ କରିବେ ମୋଦୀ

0

ନୂଆଦିଲ୍ଲୀ: ଚଳିତ ବର୍ଷ ଦିପାବଳୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ୭୫,୦୦୦ ଯୁବବର୍ଗଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ଦୀପାବଳିର ଦୁଇ ଦିନ ପୂର୍ବରୁ ଅର୍ଥାତ ଶନିବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୁବବର୍ଗମାନଙ୍କ ସହ ପ୍ରଧାନମନ୍ତ୍ରୀ ଯୋଗାଯୋଗ କରିବେ ବୋଲି ବିଶେଷ ସୂତ୍ରରୁ ଜଣାପଡିଛି।

ସୂଚନାନୁସାରେ; ବିଭିନ୍ନ ମନ୍ତ୍ରଣାଳୟ ଏବଂ ସରକାରୀ ବିଭାଗରେ ଚାକିରି ପାଇଁ ୭୫,୦୦୦ ଯୁବାଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ।ପ୍ରତିରକ୍ଷା ମନ୍ତ୍ରଣାଳୟ, ରେଳ ମନ୍ତ୍ରଣାଳୟ, ଡାକ ବିଭାଗ, ଗୃହ ମନ୍ତ୍ରଣାଳୟ, ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ, କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ, କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ, କଷ୍ଟମ୍ସ ଏବଂ ବ୍ୟାଙ୍କିଙ୍ଗରେ ଚାକିରି ବଣ୍ଟନ କରାଯିବ।

ଦେଶର ବିଭିନ୍ନ ସହରରେ ଥାଇ କେନ୍ଦ୍ରମନ୍ତ୍ରୀମାନେ ମଧ୍ୟ ଉକ୍ତ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମାନସୁଖ ମାଣ୍ଡଭିଆ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର, ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ , ମହେନ୍ଦ୍ର ପାଣ୍ଡେ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ଏବଂ ପଞ୍ଚାୟତ ମନ୍ତ୍ରୀ ରାଜ ଗିରିରାଜ ସିଂ ଅଂଶଗ୍ରହଣ କରିବାର ଯୋଜନା ରହିଛି। ଏହାଛଡା ସମସ୍ତ ସାଂସଦ ସେମାନଙ୍କ ସଂସଦ ନିର୍ବାଚନମଣ୍ଡଳୀରୁ ଏହି କାର୍ଯ୍ୟକ୍ରମରେ ଯୋଗଦେବେ।

ଉଲ୍ଲେଖଯୋଗ୍ୟ, ଆସନ୍ତା ବର୍ଷ ଡିସେମ୍ବର ସୁଦ୍ଧା ଦଶ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି।

Leave A Reply

Your email address will not be published.