ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଉଦ୍‌ଘାଟିତ ହେଲା କେନ୍ଦ୍ରାପଡାର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ

0
  • କେନ୍ଦ୍ରାପଡାର ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଉଦ୍‌ଘାଟିତ
  • ୨୦୦ ବେଡ୍‌, ଟ୍ରମା କେୟାର, ୩୪ଟି ଶଯ୍ୟା ବିଶିଷ୍ଟ ଆଇ.ସି.ୟୁ
  • ଜିଲ୍ଲାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆସିବ
  • ନିଷ୍ଠାର ସହ ରୋଗୀଙ୍କ ସେବା କରନ୍ତୁ,ସେମାନଙ୍କ ହସ ଓ ବିଶ୍ବାସ ହିଁ ଆମ ସମସ୍ତଙ୍କ ପାଇଁ ବଡ ପୁରସ୍କାର – ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

କେନ୍ଦ୍ରାପଡା; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦ୍ରାପଡା ଜିଲ୍ଲାର ନୂଆ ମୁଖ୍ୟ ଚିକିତ୍ସାଳୟ କମ୍ପ୍ଲେକ୍‌ସର ଉଦ୍‌ଘାଟନ କରିଛନ୍ତି। ଏହି ନୂତନ ଚିକିତ୍ସାଳୟ କମ୍ପ୍ଲେକ୍‌ସରେ ୨୦୦ଟି ଶଯ୍ୟା ଥିବାବେଳେ ଅତ୍ୟାଧୁନିକ ଓପିଡି ୟୁନିଟ୍, କାଜୁଆଲିଟି ଓ ଟ୍ରମା କେୟାର, ୫ ଶଯ୍ୟା ବିଶିଷ୍ଟ ଟ୍ରମା ଆସିୟୁ, ରେଡିଓଲୋଜି, ଏମଆରଆଇ,ସିଟି ସ୍କାନର ସୁବିଧା, ଉନ୍ନତ ଧରଣର ଓଟି କମ୍ପେକ୍ସ, ୧୫ ଶଯ୍ୟା ବିଶିଷ୍ଟ ଏସଏନସିୟୁ ସହିତ କଙ୍ଗାରୁ ମାତୃସେବା ସୁବିଧା, ୩୪ ଶଯ୍ୟା ବିଶିଷ୍ଟ ଆଇସିୟୁ ବ୍ୟବସ୍ଥା କରାଯାଇଛି।

ଭର୍ଚୁଆଲ ଜରିଆରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ ଯେ, ଏହି ଆଧୁନିକ ହସ୍‌ପିଟାଲ କେନ୍ଦ୍ରାପଡା ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତର ଆଣିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଜିଲ୍ଲାର ରୋଗୀାମନଙ୍କୁ ଆଉ ଚିକିତ୍ସା ପାଇଁ କଟକ ବା ଭୁବନେଶ୍ବର ଯିବା ଆବଶ୍ୟକ ନାହିଁ। ନିଜ ଜିଲ୍ଲାରେ ହିଁ ସେମାନେ ଉତ୍ତମ ସ୍ବାସ୍ଥ୍ୟସେବା ପାଇପାରିବେ। ଆମ ପାଇଁ ‘ପ୍ରତି ଜୀବନ ମୂଲ୍ୟବାନ’ । ଏହି ଆଦର୍ଶ ନେଇ ଆମେ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଡାକ୍ତର ଓ ପାରାମେଡିକ୍‌ସ ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତେଣୁ, ଆପଣମାନେ ନିଷ୍ଠାର ସହ ରୋଗୀର ସେବା କରନ୍ତୁ। ରୋଗୀର ମୁହଁରେ ହସ ଓ ମନରେ ବିଶ୍ବାସ ହିଁ ଆପଣମାନଙ୍କ ପାଇଁ ଏବଂ ଆମ ସମସ୍ତଙ୍କ ପାଇଁ ବଡ ପୁରସ୍କାର ହେବ ଓ ଆମ ପାଇଁ ସନ୍ତୋଷ ଆଣିପାରିବ।

ରାଜ୍ୟରେ ସ୍ବାସ୍ଥ୍ୟ ସେବା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଲକ୍ଷ ଲକ୍ଷ ଲୋକ ବିନା ପଇସାରେ ଭଲ ଚିକିତ୍ସା ପାଇପାରୁଛନ୍ତି । ଲକ୍ଷ ଲକ୍ଷ ପରିବାର ଉପକୃତ ହେଉଛନ୍ତି। ଏହାଦ୍ବାରା ଗରିବ ଲୋକଙ୍କ ଚିକିତ୍ସା ଚିନ୍ତା ଦୂର ହୋଇପାରିଛି ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ କହିଲେ ଯେ କେନ୍ଦ୍ରାପଡା ହେଉଛି ବିଜୁ ବାବୁଙ୍କ କର୍ମ ଭୂମି । କେନ୍ଦ୍ରାପଡାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଦୃଷ୍ଟି ରହିଛି। ଆଜି କେନ୍ଦ୍ରାପଡା ଜିଲ୍ଲାରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ନୂଆ ମାଇଲ ଖୁଣ୍ଟ ସ୍ଥାପିତ ହୋଇଛି ବୋଲି ସେ କହିଥିଲେ ।ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ କହିଲେ ଯେ ଆଜି କେନ୍ଦ୍ରାପଡାବାସୀଙ୍କ ପାଇଁ ଏକ ଗର୍ବ ଓ ଗୌରବର ଦିନ । ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ ୧୦୦ କୋଟି ଟଙ୍କାରୁ ଅଧିକ ଅର୍ଥ ଦେଇଛନ୍ତି । ଜିଲ୍ଲାର ସମସ୍ତ ହେଲ୍‌ଥ ସେଣ୍ଟରର ଭିତ୍ତିଭୂମିର ଉନ୍ନତି ପାଇଁ ଅର୍ଥ ଯୋଗାଇ ଦେଇଛନ୍ତି। । କେନ୍ଦ୍ରାପଡା ବିଧାୟକ ଶ୍ରୀ ଶଶୀଭୂଷଣ ବେହେରା ତାଙ୍କ ବକ୍ତବ୍ୟରେ କେନ୍ଦ୍ରାପଡାରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଜିଲ୍ଲାପାଳ ଶ୍ରୀ ଅମୃତ ଋତୁରାଜ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲା ପରିଷଦର ସିଡିଏମଓ ଧନ୍ୟବାଦ ଅର୍ପଣ କରିଥିଲେ

Leave A Reply

Your email address will not be published.