ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଆଜି ଓସିଏ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ

0

କଟକ; ଆଜି ଓଡ଼ିଶା କ୍ରିକେଟ ଆସୋସିଏସନ୍ (ଓସିଏ) ନିର୍ବାଚନ ପାଇଁ ଦାଖଲ ହେବ ପ୍ରାର୍ଥିପତ୍ର। ସକାଳ ସାଢେ ୧୦ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲର ସମୟ ରହିଛି । ତେବେ ଆସନ୍ତାକାଲି ପ୍ରାର୍ଥିପତ୍ର ଯାଞ୍ଚ ହେବ। ୨୩ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ସନ୍ଧ୍ୟାରେ ଚୁଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଆସନ୍ତା ୨୮ ତାରିଖ ଦିନ ର୍ନିବାଚନ ଅନୁଷ୍ଠିତ ହେବ।

ତେବେ ଚଳିତ ଓସିଏ ର୍ନିବାଚନରେ ଯାଜପୁର ବିଧାୟକ ତଥା ବିଜେଡି ସାଙ୍ଗଠନିକ ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିବେ । ଏହା ସହ ସମ୍ପାଦକ ପଦ ପାଇଁ ସଞ୍ଜୟ ବେହେରା ଓ ଉପସଭାପତି ପଦ ପାଇଁ ପଙ୍କଜ ଲୋଚନ ମହାନ୍ତିଙ୍କ ପ୍ରାର୍ଥୀତ୍ୱ ମଧ୍ୟ ଚୁଡ଼ାନ୍ତ ହୋଇସାରିଛି। ଏହି ତିନି ପଦ ବ୍ୟତୀତ ଯୁଗ୍ମ ସମ୍ପାଦକ, କୋଷାଧ୍ୟକ୍ଷ ଓ ଗୋଟିଏ କାଉସିଲ ମେମ୍ବର ପଦ ପାଇଁ ର୍ନିବାଚନ ହୋଇପାରେ। ମାତ୍ର ଏ ସବୁ ପଦବୀ ପାଇଁ କେଉଁ ମାନେ ନାମାଙ୍କନ କରିବେ ତାହା ସ୍ପଷ୍ଟ ହୋଇନାହିଁ।

Leave A Reply

Your email address will not be published.