ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ରାଜୀବ ଗାନ୍ଧୀ ଫାଉଣ୍ଡେସନ୍‌ର ଲାଇସେନ୍ସ ରଦ୍ଦ

0

ନୂଆଦିଲ୍ଲୀ; ରାଜୀବ ଗାନ୍ଧୀ ଫାଉଣ୍ଡେସନର ଲାଇସେନ୍ସ ରଦ୍ଦ କରିଛି ଗୃହ ମନ୍ତ୍ରାଳୟ । ଫରେନ କଣ୍ଟ୍ରିବ୍ୟୁସନ ରେଗୁଲେସନ ଆକ୍ଟ ଆନୁସାରେ ଗୃହ ମନ୍ତ୍ରାଳୟ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ସଂଗଠନ ଉପରେ ବିଦେଶୀ ପାଣ୍ଠିର ଉଲ୍ଲଘଂନର ଅଭିଯୋଗ ରହିଥିବା ବେଳେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଗୃହ ମନ୍ତ୍ରାଳୟର ସୂଚନା ଅନୁସାରେ, ୨୦୨୦ ଜୁଲାଇରେ ଏକ କମିଟି ଗଠନ କରାଯାଇଥିଲା । ତତ୍କାଳୀନ ଆଇନ ମନ୍ତ୍ରୀ ତଥା ବିଜେପି ନେତା ରବି ଶଙ୍କର ପ୍ରସାଦ ଦାବି କରିଥିଲେ ଯେ ଚୀନ ରାଜୀବ ଗାନ୍ଧୀ ଫାଉଣ୍ଡେସନକୁ ଅର୍ଥ ପ୍ରଦାନ କରିଛି ।

ନିୟମ ଅନୁଯାୟୀ ସରକାରଙ୍କ ବିନା ଅନୁମତିରେ କୌଣସି ଦଳ ବିଦେଶରୁ ଟଙ୍କା ନେଇ ପାରିବେ ନାହିଁ । ଏହି ଦାନ ପାଇଁ ସରକାରଙ୍କ ଅନୁମୋଦନ ନିଆଯାଇଛି କି ନାହିଁ କଂଗ୍ରେସ ସ୍ପଷ୍ଟ କରିବା ଉଚିତ ବୋଲି ସେ କହିଥିଲେ। ତେବେ ସେହି ରିପୋର୍ଟ ଆଧାରରେ ଏହି ନଷ୍ପତ୍ତି ନିଆଯାଇଛି । ଏନେଇ ନୋଟିସ ରାଜୀବ ଗାନ୍ଧୀ ଫାଉଣ୍ଡେସନର କାର୍ଯ୍ୟାଳୟକୁ ପଠାଇ ଦିଆଯାଇଛି । ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରାଜୀବ ଗାନ୍ଧୀ ଫାଉଣ୍ଡେସନର ଅଧ୍ୟକ୍ଷ । ଏହାର ଅନ୍ୟତମ ଟ୍ରଷ୍ଟି ହେଉଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦମ୍ବରମ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା । ଏହି ସଂଗଠନ ୧୯୯୧ରେ ସ୍ଥାପନା କରାଯାଇଥିଲା ।

Leave A Reply

Your email address will not be published.