ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ତାଣ୍ଡବ ରଚିଛି ସାମୁଦ୍ରିକ ଝଡ଼ ସିତ୍ରାଙ୍ଗ

0

ଢ଼ାକା; ବାଂଲାଦେଶରେ ତାଣ୍ଡବ ରଚିଛି ସାମୁଦ୍ରିକ ଝଡ଼ ସିତ୍ରାଙ୍ଗ । ସାମୁଦ୍ରିକ ଝଡ଼ ସିତ୍ରାଙ୍ଗ ନେଲାଣି ୩୩ ଜୀବନ। ଆଜି ଭୋର ସମୟରେ ସିତ୍ରାଙ୍ଗ ବାଂଲାଦେଶ ଉପକୂଳରେ ଲ୍ୟାଣ୍ଡଫଲ କରିଥିବା ବେଳେ ସ୍ଥଳ ଭାଗ ଛୁଇଁବା ବେଳେ ପବନର ସର୍ବାଧିକ ବେଗ ଘଣ୍ଟାପ୍ରତି ୧୦୦ କିମି ରହିଥିଲେ । ତେବେ ଏଯାଏଁ ବାତ୍ୟା ଯୋଗୁଁ ୩୩ ଜଣଙ୍କର ଜୀବନ ଚାଲିଗଲାଣି । ତେବେ ପ୍ରବଳ ବର୍ଷା ଓ ପବନ ଯୋଗୁଁ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବା ବେଳେ ବିଦ୍ୟୁତ ଖୁଣ୍ଟ ଭାଙ୍ଗି ଯାଇଛି । ସେହିପରି ସମୁଦ୍ର ଢେଉ ଉପକୂଳବର୍ତ୍ତୀ ଅଞ୍ଚଳକୁ ମାଡ଼ି ଆସିବାରୁ ବ୍ୟାପକ କ୍ଷୟକ୍ଷତି ଘଟିଛି । ତେବେ ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ କ୍ଷୟକ୍ଷତି ସମ୍ପର୍କରେ ବିସ୍ତୃତ ତଥ୍ୟ ମିଳିନାହିଁ।

ଭୋର ସମୟରେ ଲ୍ୟାଣ୍ଡଫଲ କରିଥିବା ସିତ୍ରାଙ୍ଗ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି । ବର୍ତ୍ତମାନ ଏହା ଲଘୁଚାପରେ ପରିଣତ ହୋଇସାରିଥିଲେ ମଧ୍ୟ ବର୍ଷା ଲାଗି ରହିଛି । ମିଳିଥିବା ସୂଚନା ଅନୁଯାୟୀ, ସିତ୍ରାଙ୍ଗ ଲ୍ୟାଣ୍ଡଫଲ କରିବା ବେଳେ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ହୋଇଥିଲା। ସମୁଦ୍ର ଢେଉ ମଧ୍ୟ ସ୍ୱାଭାବିକ ଠାରୁ ଅଧିକ ଉଚ୍ଚକୁ ଉଠିଥିଲା। ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ପଡ଼ିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବାତ୍ୟା ସିତ୍ରାଙ୍ଗ ପାଇଁ ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ବିଶେଷ କରି ସୁମଦ୍ରକୂଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କ ଘର ସଂପୂର୍ଣ୍ଣ ଧ୍ୱଂସ ହୋଇଯାଇଛି।

Leave A Reply

Your email address will not be published.