ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଡ୍ରୋନ୍ ଜଗିବ ବେଆଇନ ଚିଙ୍ଗୁଡ଼ି ଘେରି

0

ଭୁବନେଶ୍ବର; ଏଣିକି ଡ୍ରୋନ୍ କାମେରା ନଜରରେ ରହିବ ଚିଲିକା ଏବଂ ଭିତରକନିକାର ବେଆଇନ ଚିଙ୍ଗୁଡ଼ି ଘେରି । ଚିଲିକା ପରିବ୍ୟାପ୍ତ ଥିବା ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଭିତରକନିକାରେ ଡ୍ରୋନ୍ ଦ୍ୱାରା ପର୍ଯ୍ୟବେକ୍ଷଣ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ଆଜି ୪ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ତେବେ ଏଥିପାଇଁ ଆବଶ୍ୟକ ଅର୍ଥ ଯୋଗାଇ ଦେବେ ରାଜ୍ୟ ସରକାର। ଚିଲିକା ଏବଂ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷା ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।ସୂଚନା ଥାଉକି, ପୂର୍ବରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପ୍ରଶାସନ ପକ୍ଷରୁ ଘେରି ଉଚ୍ଛେଦ କରାଯାଉଥିଲେ ମଧ୍ୟ ବେଆଇନ ଚିଙ୍ଗୁଡ଼ି ଘେରି ପୁଣି ଗଢି ଉଠୁଥିବା ନେଇ ଅମିକସକ୍ୟୁରୀ କୋର୍ଟଙ୍କୁ ଅବଗତ କରିଥିଲେ।

ଏଥିପାଇଁ ଡ୍ରୋନ୍ କାମେରା ବ୍ୟବହାର କରିବାକୁ ସେ ପ୍ରସ୍ତାବ ଦେଇଥିଲେ। କୋର୍ଟ ଏହି ପ୍ରସ୍ତାବକୁ ଗ୍ରହଣ କରିବା ସହ ଆବଶ୍ୟକୀୟ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଡିସେମ୍ବର ୪ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Leave A Reply

Your email address will not be published.