ଶିମିଳିପାଳ; ପର୍ଯ୍ୟଟକଙ୍କ ପାଇଁ ଆସିଲା ଖୁସି ଖବର । ଦୀର୍ଘ ଦିନ ପରେ ପୁଣି ଶିମିଳିପାଳ ବୁଲିବାକୁ ପର୍ଯ୍ୟଟକଙ୍କୁ ମିଳିଲା ଅନୁମତି । ଆସନ୍ତା ନଭେମ୍ବର ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ । ପର୍ଯ୍ୟଟକମାନେ ସକାଳ ୬ଟାରୁ ୯ଟା ମଧ୍ୟରେ ବାରିପଦା ପଟୁ ପିଠାବଟା ଗେଟ୍ ଏବଂ ଯଶିପୁର ପଟୁ କାଳିଆଣି ଗେଟ୍ ଦେଇ ଶିମିଳିପାଳ ଅଭୟାରଣ୍ୟକୁ ପ୍ରବେଶ କରିପାରିବେ । ପିଠାବଟା ଫାଟକ ଦେଇ ପ୍ରତିଦିନ ୨୫ଟି ଓ କାଳିଆଣି ଦେଇ ୩୫ଟି ଗାଡ଼ି ପ୍ରବେଶ ପାଇଁ ଅନୁମତି ଦିଆଯିବ ବୋଲି ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ତେବେ ଅଭୟାରଣ୍ୟରେ ଥିବା ଡାକବଙ୍ଗଳାରେ ରାତ୍ରିଯାପନ ପାଇଁ ପର୍ଯ୍ୟଟକଙ୍କ ପାଇଁ ସୁବିଧା ରହିଛି । ସେହିପରି ଅଭୟାରଣ୍ୟକୁ ମାଦକ ଦ୍ରବ୍ୟ, ପ୍ଲାଷ୍ଟିକ ଓ ପଲିଥିନ୍ ନେବା ଉପରେ କଟକଣା ଜାରି କରାଯାଇଛି।
ପ୍ରମୁଖ ଖବର
ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍ ସ୍ମିତ୍ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ