ପ୍ରମୁଖ ଖବର

ଗଜପତି: ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ
ଏପ୍ରିଲ୍‌ ୧୫ ମଙ୍ଗଳବାର ଠାରୁ, ଓଡ଼ିଶାର ଉପକୂଳରେ ବାର୍ଷିକ ୬୦ ଦିନିଆ ଅର୍ଥାତ୍ ୨ ମାସିଆ ମାଛ ଧରିବା ନିଷେଧ
ଓଡ଼ିଶାର କାଗଜବିହୀନ ବିଧାନସଭା ପ୍ରକ୍ରିୟା ଅଧ୍ୟୟନ କରିବା ପାଇଁ ଦିଲ୍ଲୀ ବାଚସ୍ପତି ଭୁବନେଶ୍ୱର ଆସିବେ
ସନରାଇଜର୍ସ ହାଇଦ୍ରାବାଦ ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ
ପୁଣି ସଲମାନ ଖାନଙ୍କୁ ହତ୍ୟା ଧମକ
ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ,ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ

୪ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ୭ ସୁଦ୍ଧା ନେଇପାରେ ଲଘୁଚାପ ରୂପ

0

ଭୁବନେଶ୍ୱର, ନଭେମ୍ବର ୪ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଉତ୍ତର ସୁମାତ୍ରା ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୭ ସୁଦ୍ଧା ଏହା ଲଘୁଚାପ ରୂପ ନେଇପାରେ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ।

ଡ. ପଶୁପାଳକଙ୍କ କହିବା ଅନୁସାରେ, ୪ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରର ଉତ୍ତର ସୁମାତ୍ରା ପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ସେହି ସ୍ଥାନରେ ୨ରୁ ୩ ଦିନ ଯାଏ ରହିପାରେ । ବିଷୁବ ରେଖାର ପାଖରେ ଥିବା ଯୋଗୁ ଏହା ଘନୀଭୂତ ହେବାରେ ବିଳମ୍ବ ହେବ । ପରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୭ତାରିଖ ସୁଦ୍ଧା ଲଘୁଚାପ ରୂପ ନେଇପାରେ । ଏହା ପୁଣି ଘନୀଭୂତ ହୋଇ ଦେଶର ପୂର୍ବ ଉପକୂଳକୁ ପ୍ରଭାବିତ କରିପାରେ ବୋଲି କେତେକ ମଡେଲ ଆକଳନ କରୁଛନ୍ତି । କିନ୍ତୁ ଏହା କେତେ ଘନୀଭୂତ ହେବ ଓ ଏହାର ଗତି କୁଆଡେ ତାହା ଲଘୁଚାପ ସୃଷ୍ଟି ପରେ ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି ।

ଅନ୍ୟପକ୍ଷରେ, କାର୍ତ୍ତିକ ପୂର୍ଣ୍ଣିମା ଯାଏ ରାଜ୍ୟ‌ରେ ବିଶେଷ ଶୀତ ହେବାର ସମ୍ଭାବନା ନାହିଁ। ଗତ ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ଦିନ ତାପମାତ୍ରା ସ୍ବାଭାବିକଠାରୁ କମ୍‌ ରହିଥିଲା। କିନ୍ତୁ ଦକ୍ଷିଣ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର ରାତି ତାପମାତ୍ରା ସ୍ବାଭାବିକଠାରୁ କମ୍‌ ରହିଛି।ଆସନ୍ତା ୪ରୁ ୫ଦିନ ଯାଏ ରାଜ୍ୟରେ ଦିନ ଓ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ରବିବାର ଦାରିଙ୍ଗିବାଡିରେ ସର୍ବନିମ୍ନ ତାପମାତ୍ରା ୧୧ଡିଗ୍ରୀ ରେକର୍ଡ ହୋଇଛି । କୋରାପୁଟର ୧୨, ଫୁଲବାଣୀରେ ୧୨.୫, ସୋନପୁରରେ ୧୩ ଓ ଭବାନୀପାଟଣାରେ ତାପମାତ୍ରା ୧୩.୪ ଡିଗ୍ରୀ ରହିଥିଲା ।

Leave A Reply

Your email address will not be published.