ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଧବଳେଶ୍ବର ପୀଠରେ ୧୪୪ ଧାରା ଜାରି

0

ଆଠଗଡ; ଗୁଜୁରାଟ ଝୁଲା ପୋଲ ଭୁଶୁଡିବା ଘଟଣା ପରେ ଓଡିଶା ପ୍ରଶାସନର ଚେତା ପଶିଛି। ଧବଳେଶ୍ୱର ଝୁଲା ପୋଲରେ ଯିବା ଆସିବା କରୁଥିବା ଲୋକଙ୍କ ସଂଖ୍ୟାକୁ କମାଇ ଦିଆଯାଇଛି । ଆଜି ଏହି ଝୁଲା ପୋଲର ସୁରକ୍ଷା ଯାଞ୍ଚ କରିବ ଟେକନିକାଲ ଟିମ । ଏହା ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ୧୪୪ ଧାରା ଜାରି କରାଯାଇଛି ।

ଆଗକୁ ଆସୁଛି ବଡ଼ ଓଷା। ବାବା ଧବଳେଶ୍ୱରଙ୍କ ପୀଠରେ ବଡ଼ ଓଷାରେ ପ୍ରବଳ ଭିଡ ହୋଇଥାଏ। ଜିଲ୍ଲା ତଥା ଜିଲ୍ଲା ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ବାବାଙ୍କୁ ଦର୍ଶନ କରିବା ପାଇଁ ଆସିବେ। ଏହି ସମୟରେ ମହାନଦୀ ଉପରେ ତିଆରି ହୋଇଥିବା ଝୁଲା ପୋଲରେ ପ୍ରବଳ ଭିଡ ଜମିବାର ସମ୍ଭାବନା ରହିଛି। ଝୁଲା ପୋଲରେ ଫାଟ ସୃଷ୍ଟି ହୋଇଥିବାରୁ କୌଣସି ଅଘଟଣ ଘଟିବା ଆଶଙ୍କା କରି ଆଜି ପ୍ରଶାସନ ଏପରି ନିଷ୍ପତ୍ତି ନେଇଛନ୍ତି।

ଧବଳେଶ୍ୱରରେ ଥିବା ଝୁଲା ପୋଲରେ ଫାଟ ହୋଇଛି। ପୋଲକୁ ଷ୍ଟେ’ ଦିଆଯାଇଥିବା ୧୨ଟି ଟଣକାରେ ମଧ୍ୟ ଫାଟ ହୋଇଛି। ଏହାର ମରାମତି କରାଯିବ।କୋଲକାତାର ବିଶେଷଜ୍ଞ ଟିମ୍‌ ସହ ଆଜି ଗ୍ରାମ ଉନ୍ନୟନ ବିଭାଗର ଟିମ୍‌ ଆଜି ଝୁଲା ପୋଲର ସ୍ଥିତି ଅନୁଧ୍ୟାନ କରିଥିଲେ। ୨୦୦୬ ମସିହାରେ ଉଦ୍‌ଘାଟନ ହୋଇଥିବା ଏହି ଝୁଲାପୋଲ ଏବେ କ୍ରମଶଃ ଦୁର୍ବଳ ହେବାରୁ ସାଧାରଣ ଭକ୍ତଙ୍କୁ ମନ୍ଦିର ନ ଆସିବାକୁ ନିବେଦନ କରାଯାଇଥିଲା। କେବଳ ବଡ଼ଓଷା ବ୍ରତଧାରି  ମନ୍ଦିର ଆସିବାକୁ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଥିଲା।

Leave A Reply

Your email address will not be published.