ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ

0

ଜମ୍ମୁ-କାଶ୍ମୀର ; ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା । ଜମ୍ମୁ-କଶ୍ମୀର ପୁଲିସ୍‌ ଓ ସେନାର ମିଳିତ ଅପରେସନରେ ଜୈଶ-ଇ-ମହମ୍ମଦର ଜଣେ ଆତଙ୍କବାଦୀ ନିହତ ହୋଇଛି ।

ସୂଚନା ଅନୁଯାୟୀ, କାପରେନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିବା ପରେ ସେନା ଓ ପୁଲିସ୍‌ ପକ୍ଷରୁ ମିଳିତ ଅପରେସନ ଆଜି ଭୋର ସମୟରେ ଆରମ୍ଭ ହୋଇଥିଲା। ଏହି ସମୟରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଥିଲା । ଏଥିରେ ଜୈଶ ପାଇଁ କାମ କରୁଥିବା ଆତଙ୍କବାଦୀ କମରାନ ଭାଇ ଓରଫ ହାନୀସର ମୃତ୍ୟୁ ଘଟିଛି । ତା’ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ତେବେ ଉକ୍ତ ଅଞ୍ଚଳରେ ଆଉ କିଛି ଆତଙ୍କବାଦୀ ଲୁଚି ରହିଥିବାରୁ ସର୍ଚ୍ଚ ଅପରେସନ ଏବେ ବି ଜାରି ରହିଛି।

ସେପଟେ କୋରାପୁଟ ଜିଲ୍ଲା ବୈପାରିଗୁଡା ମାଳିପଦର ଜଙ୍ଗଲରେ ଏସ୍ଓଜି ଓ ନକ୍ସଲ ମୁହାଁମୁହିଁ ହୋଇଛନ୍ତି । ଏଥିରେ ୨ ମାଓବାଦୀଙ୍କ ନିହତ ହୋଇଥିବା ସ୍ପଷ୍ଟ କରିଛନ୍ତି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ । ଡିଆଇଜିଙ୍କ କହିବା ଅନୁଯାୟୀ, ଏସଓଜି ଯବାନ ମଧ୍ୟରାତିରେ କମ୍ବିଂ ଅପରେସନ କରୁଥିବା ସମୟରେ ଜଙ୍ଗଲରେ ପାଖାପାଖି ୨୦ରୁ ଉର୍ଦ୍ଧ୍ବ ମାଓବାଦୀ ଶିବିର କରି ରହିଥିବା ଜଣା ପଡ଼ିଥିଲା । ଏହାପରେ ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହେବାରୁ ଦୁଇ ମାଓବାଦୀ ମୃତ ହୋଇଥିଲେ । ତେବେ ସେମାନଙ୍କଠାରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହେବା ସହ ସର୍ଚ୍ଚ ଅପରେସନ ଜାରି ରହିଛି ।

Leave A Reply

Your email address will not be published.