ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଆସନ୍ତାକାଲିଠୁ ଆରମ୍ଭ G-20 ଶିଖର ସମ୍ମିଳନୀ

0

ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ଦୁଇ ଦିନିଆ G-20 ଶିଖର ସମ୍ମିଳନୀ । ନଭେମ୍ବର ୧୫ ଓ ୧୬ ତାରିଖ ଦୁଇ ଦିନ ଧରି ବାଲିରେ ସମ୍ମିଳନୀ ଅନୁଷ୍ଠିତ ହେବ । ଏଥିରେ ଭାରତ ସମେତ ବିଶ୍ବର ୨୦ ରାଷ୍ଟ୍ରର ପ୍ରତିନିଧି ସାମିଲ ହେବେ । ତେବେ ଏହି ସମ୍ମିଳନୀରେ ଯୋଗଦେବାକୁ ଆଜି ଇଣ୍ଡୋନେସିଆ ଗସ୍ତରେ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନଭେମ୍ବର ୧୬ରେ ପ୍ରଧାନମନ୍ତ୍ରୀ ଆୟୋଜକ ଦେଶ ଇଣ୍ଡୋନେସିଆ ସହିତ ଏକ ସଭାରେ ଯୋଗଦେବେ । ଏହାସହ ବ୍ରିଟିଶ ପ୍ରତିପକ୍ଷ ଏବଂ ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

ଅନ୍ୟପଟେ ଭାରତ ସହ ଆର୍ଜେଟିନା, ଅଷ୍ଟ୍ରେଲିୟା, ବ୍ରାଜିଲ, କାନାଡା, ଚୀନ, ଫ୍ରାନ୍ସ, ଜର୍ମାନୀ, ଇଣ୍ଡୋନେସିଆ, ଇଟାଲି, ଜାପାନ ସମ୍ମିଳନୀରେ ଯୋଗଦେବେ । ସେହିପରି ମେକ୍ସିକୋ, ରୁଷ, ସାଉଦି ଆରବ, ଦକ୍ଷିଣ ଆଫ୍ରିକା, ତୁର୍କୀ, ବ୍ରିଟେନ୍, ଆମେରିକା ସମେତ ୟୁରୋପିଓ ସଙ୍ଘ ଏଥିରେ ସାମିଲ ହେବେ । ସମ୍ମିଳନୀରେ ମୁଖ୍ୟତଃ ଖାଦ୍ୟ, ଶକ୍ତି, ନିରପତ୍ତା ପ୍ରସଙ୍ଗରେ ଆଲୋଚନା ହେବ । ଅନ୍ୟପଟେ ଆସନ୍ତାବର୍ଷ ବୈଠକ ପାଇଁ ଭାରତ ଆୟୋଜକ ଥିବା ବେଳେ ୨୦୨୩ ସେପ୍ଟେମ୍ବରରେ ହେବାକୁ ଥିବା ସମ୍ମିଳନୀରେ ସାମିଲ ହେବାକୁ ସମସ୍ତ ସଦସ୍ୟ ରାଷ୍ଟ୍ରଙ୍କୁ ପ୍ରଧାନମନ୍ତ୍ରୀ ଆମନ୍ତ୍ରଣ କରିବେ ପ୍ରଧାନମନ୍ତ୍ରୀ ମୋଦି ।

Leave A Reply

Your email address will not be published.