ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ମାଲଗାଡି ଲାଇନଚ୍ୟୁତ: ୩ ମୃତ

0

ଯାଜପୁର: ଯାଜପୁର କୋରାଇ ରେଳ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ପ୍ଲାଟଫର୍ମ ଉପରକୁ ମାଡିଗଲା ୧୦ରୁ ଅଧିକ ବଗି । ଟିକେଟ୍ କାଉଣ୍ଟର ସହ ପାହାଚକୁ ମାଡ଼ିଗଲା ଟ୍ରେନ ବଗି । ଭଦ୍ରକରୁ କଟକ ଯିବା ବେଳେ କୋରେଇ ଷ୍ଟେସନରେ ମାଲବାହୀ ଗାଡ଼ିର ୧୦ଟି ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନକୁ ଅପେକ୍ଷା କରିଥିବା ଲୋକଙ୍କ ଉପରେ ଚଢ଼ିଗଲା ଟ୍ରେନ୍ ବଗି । ବଗି ତଳେ ଚାପି ହୋଇଥିବା ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ୪ଜଣ ଗୁରୁତର ଭାବେ ଉଦ୍ଧାର ହୋଇଛନ୍ତି ଏବଂ ଅନେକ ଲୋକ ଆହତ ହୋଇଥିବା ସୁଚନା ମିଳୁଛି।

ଗୁରୁତର ଆହତ ହୋଇଥିବା ୪ ଜଣଙ୍କ ମଧ୍ୟରେ ୨ ମହିଳା ଓ ଜଣେ ଶିଶୁ ରହିଛନ୍ତି । ଉଦ୍ଧାର କାର୍ଯ୍ୟରେ ଅଗ୍ନିଶମବାହିନୀ ଓ ଆରପିଏଫ କର୍ମଚାରୀ ନିୟୋଜିତ ଅଛନ୍ତି । ବଗି ଓ ଭଙ୍ଗା ଘରେ ଆହୁରି ଅନେକ ଚାପି ହୋଇରହିଥିବା ସନ୍ଦେହ କରାଯାଉଛି। ଘଟଣା ସ୍ଥଳକୁ ଯାଉଛନ୍ତି ବରିଷ୍ଠ ଅଧିକାରୀ।

Leave A Reply

Your email address will not be published.