ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ

ମାଲବାହୀ ଟ୍ରେନ୍ ଦୁର୍ଘଟଣା; ରାଜ୍ୟ ଓ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା

0

ନୂଆଦିଲ୍ଲୀ: କୋରାଇ ଷ୍ଟେସନରେ ମାଲବାହୀ ଟ୍ରେନ୍ ଦୁର୍ଘଟଣାରେ ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା କରାଯାଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍ କରି ଏନେଇ ସୂଚନା ଦେଇଛନ୍ତି । ଏହି ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମୃତ ବ୍ୟକ୍ତିମାନଙ୍କ ପରିବାର ସଦସ୍ୟମାନଙ୍କୁ ୫ ଲକ୍ଷ, ଗୁରୁତର ଆହତମାନଙ୍କୁ ୧ ଲକ୍ଷ ଏବଂ ସାମାନ୍ୟ ଆହତ ବ୍ୟକ୍ତିମାନଙ୍କୁ ୨୫ ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।ତେବେ ରାଜ୍ୟ ସରକାର ମଧ୍ୟ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ।

ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆହତଙ୍କୁ ତୁରନ୍ତ ଚିକିତ୍ସା ଯୋଗାଇଦେବାକୁ ନିର୍ଦ୍ଦେଶ । ଏହାସହ ଉଦ୍ଧାରକାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.