ପ୍ରମୁଖ ଖବର

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ, ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ
ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ବିଧାନସଭାରୁ ହଟିଲା କୋଭିଡ କଟକଣା

0

ଭୁବନେଶ୍ୱର: ବିଧାନସଭାରୁ କୋଭିଡ କଟକଣାକୁ ହଟାଇ ଦିଆଯାଇଛି । ପୂର୍ବପରି ଚାଲିବ ବିଧାନସଭା । ଆସନ୍ତା ୨୪ରୁ ବିଧାନସଭାର ଅଧିବେଶନ ଆରମ୍ଭ ହେବ। ପ୍ରେସ ଗ୍ୟାଲେରୀରେ ଗଣମାଧ୍ୟମକୁ ଅନୁମତି ମିଳିବ । ଲିଖିତ ଭାବେ ଜଣାଇଲେ ସେମାନେ ଭିଡିଓ କନଫରନେସ୍ ମାଧ୍ୟମରେ ବିଧାନସଭା ଅଧିବେଶନରେ ଯୋଗ ଦେଇପାରିବେ । ସକାଳ ସାଢ଼େ ୧୦ରୁ ସାଢ଼େ ଗୋଟାଏ ଏବଂ ଅପରାହ୍ନରେ ୪ଟାରୁ ୭ ପର୍ଯ୍ୟନ୍ତ ବିଧାନସଭା ଚାଲିବ।

ସୂଚନାଯୋଗ୍ୟ; ବିଧାନସଭା ଶୀତ ଅଧିବେଶନର ସୁପରିଚାଳନା ନେଇ ଵାଚସ୍ପତିଙ୍କ ଅଧକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି। ସର୍ବଦଳୀୟ ବୈଠକ ପରେ ବାଚସ୍ପତି ବିକ୍ରମ ଆରୁଖ କହିଛନ୍ତି ଯେ ରାଜ୍ୟରେ ଥିବା କୋଭିଡ କଟକଣା ହଟିଥିବା ହେତୁ ପୂର୍ବ ଅପେକ୍ଷା ବିଧାନସଭା ଅବଧି ୧ ଘଣ୍ଟା ବୃଦ୍ଧି ହୋଇଛି । ସନ୍ଧ୍ୟା ୬ ପରିବର୍ତ୍ତେ ସନ୍ଧ୍ୟା ୭ଟା ଯାଏ ଗୃହକାର୍ଯ୍ୟ ଚାଲିବ। ସେହିଭଳି ସାମ୍ବାଦିକଙ୍କୁ ପ୍ରେସ ଗ୍ୟାଲେରୀକୁ ଯିବାକୁ ଅନୁମତି ଦିଆଯାଇଛି। ଏନେଇ ବାଚସ୍ପତି ବିକ୍ରମକେଶରୀ ଆରୁଖ ସୂଚନା ଦେଇଛନ୍ତି।

ବିଧାନସଭା ଶୀତ ଅଧିବେଶନର ସୁପରିଚାଳନା ନେଇ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ପୂର୍ବରୁ କରୋନା କଟକଣା ଭିତରେ ବସୁଥିଲା ବିଧାନସଭା ଅଧିବେଶନ । କିନ୍ତୁ ଏଥର ତାକୁ ହଟାଇ ଦିଆଯାଇଛି । ବୈଠକରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.