ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ଭାରତର ନୂତନ ନିର୍ବାଚନ କମିଶନର ଦାୟିତ୍ବ ନେଲେ ଗୋଏଲ

0

ନୂଆଦିଲ୍ଲୀ: ପୂର୍ବତନ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ ସୋମବାର ଭାରତର ନୂତନ ନିର୍ବାଚନ କମିଶନର ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି। ପଞ୍ଜାବ କ୍ୟାଡରର ପୂର୍ବତନ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ ଶନିବାର ନିର୍ବାଚନ କମିଶନର ଭାବରେ ନିଯୁକ୍ତ ହୋଇଥିଲେ।

ସୂଚନାଯୋଗ୍ୟ; ନୂତନ ନିର୍ବାଚନ କମିଶନର ଭାବେ ଦାୟିତ୍ବ ଗ୍ରହଣ କଲେ ପଞ୍ଜାବ କ୍ୟାଡରର ପୂର୍ବତନ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ । ଅରୁଣ ଗୋଏଲ ଶୁକ୍ରବାର ଦିନ ହେଭି ଇଣ୍ଡଷ୍ଟ୍ରିଜ୍ ସଚିବ ପଦରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି। ସେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏବଂ ନିର୍ବାଚନ କମିଶନର ଅନୁପ ଚନ୍ଦ୍ର ପାଣ୍ଡେଙ୍କ ସହ ଯୋଗଦେବେ।। ଶନିବାର ଦିନ ଆଇନ ମନ୍ତ୍ରାଳୟ ନୂତନ ନିର୍ବାଚନ ଆୟୁକ୍ତ ଭାବେ ଗୋଏଲଙ୍କ ନାଁରେ ମୋହର ମାରି ବିଜ୍ଞପ୍ତି ପ୍ରକାଶ କରିଥିଲା  ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅରୁଣ ଗୋଏଲଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରିଛନ୍ତି  । ୧୯୮୫ ବ୍ୟାଚ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଓ ଅନୁପ ଚନ୍ଦ୍ର ପାଣ୍ଡେଙ୍କ ସହ ନିର୍ବାଚନ ପ୍ୟାନେଲରେ ସାମିଲ ହେବେ। ଗତ ଶୁକ୍ରବାର ନିଜ ପଦରୁ ଇସ୍ତଫା ଦେଇଥିଲେ ଗୋଏଲ। ଅବସରର ୪୦ ଦିନ ପୂର୍ବରୁ ସେ ଇସ୍ତଫା ଦେଇଥିଲେ ।

Leave A Reply

Your email address will not be published.