ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭସାଣି ବେଳେ ଦୁର୍ଘଟଣା: ୩୦ରୁ ଅଧିକ ଆହତ, ୪ ଗୁରୁତର

0

କେନ୍ଦ୍ରାପଡା; କାର୍ତ୍ତିକେଶ୍ୱର ଭସାଣି ଚାଲିଥିବାବେଳେ ବାଣ ଫୁଟି ୩୦ରୁ ଅଧିକ ବ୍ୟକ୍ତି ଆହତ ହେବା ସହ ୪ ଜଣ ଗୁରୁତର ଅଛନ୍ତି। ଏହି ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଟାଉନ୍ ବାଲିଆ ବଜାରରେ। ଏକାଧିକଙ୍କ ଅବସ୍ଥା ସଂକଟାପର୍ଣ୍ଣ ଥିବା ସୂଚନା ମିଳିଛି ।

ମିଳିଥିବା ସୂଚନା ଅନୁସାରେ ଗୋଟିଏ ବାଣର ବିସ୍ଫୋରଣ ପରେ ନିଆଁ ଯାଇ ଷ୍ଟକ୍ ରଖିଥିବା ବାଣ ଉପରେ ପଡ଼ିଥିଲା। ତା’ପରେ ସମସ୍ତ ବାଣ ଏକାବେଳେ ଫୁଟିବାରୁ ପ୍ରଚଣ୍ଡ ଶବ୍ଦ କରିଥିଲା। ଏହା ଚାରିଆଡ଼କୁ ଛିଟିକିବାରେ ଲାଗିଥିଲା। ଫଳରେ ଭସାଣରେ ଡିଜେ ବଜାଇ ନାଚୁଥିବା, ବାଣ ଦେଖୁଥିବା ଓ ଆଖପାଖରେ ଦୋକାନ କରିଥିବା ଲୋକଙ୍କ ଉପରେ ବାଣ ନିଆଁ ପଡ଼ିଥିଲା। ଏଥିରେ ୩୦ରୁ ଧିକ ଲୋକ ଆହତ ହୋଇଥିଲେ।

ଆହତଙ୍କ ଭିତରୁ ୩ଜଣ ଶିଶୁ ଥିବା ବେଳେ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡ଼ିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି।ଗତ ରାତି ପ୍ରାୟ ସାଢ଼େ ୯ଟା ବେଳେ ଏହି ଅଘଟଣ ଘଟିଛି। ତେଣୁ ଆମ୍ବୁଲାନ୍ସରେ ଅଧିକାଂଶ ଆହତଙ୍କୁ କଟକ ପଠାଇବାକୁ ପଦକ୍ଷେପ ନିଆଯାଉଥିବା ଜଣାପଡ଼ିଛି। ସେପଟେ ଅଘଟଣ ପରେ କେନ୍ଦ୍ରାପଡ଼ା ମେଡିକାଲରେ ପ୍ରବଳ ଗହଳି ଦେଖିବାକୁ ମିଳିଛି।

Leave A Reply

Your email address will not be published.