ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆଜି ଠାରୁ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆସନ୍ତାକାଲି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ। ୩୦ ଓ ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚଦାବି ଉପରେ ଆଲୋଚନା ହେବ। ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ। ଏହି ଅଧିବେଶନରେ କୋଭିଡ୍ କଟକଣା ଉଠାଇ ଦିଆଯାଇଛି। କୋଭିଡ୍ ପୂର୍ବରୁ ଯେପରି ଗୃହ କାର୍ଯ୍ୟ ଚାଲୁଥିଲା, ଏବେ ସେହିପରି ଚାଲିବ। ଅନ୍ୟପଟେ ଆଜି ସକାଳ ସାଢେ ୧୦ଟାରେ ବିଧାନସଭା ୫୪ ନମ୍ବର ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ