ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ଆଜିଠୁ ଆରମ୍ଭ ବିଧାନସଭା ଶୀତ ଅଧିବେଶନ

0

ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆଜି ଠାରୁ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ତାରିଖ ଯାଏ ଚାଲିବ। ଅଧିବେଶନରେ ମୋଟ୍ ୩୩ଟି କାର୍ଯ୍ୟଦିବସ ରହିଛି। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ ଆସନ୍ତାକାଲି ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ କରାଯିବ। ୩୦ ଓ ୧ ତାରିଖ ଦୁଇ ଦିନ ଧରି ଖର୍ଚ୍ଚଦାବି ଉପରେ ଆଲୋଚନା ହେବ। ୨ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ। ଏହି ଅଧିବେଶନରେ କୋଭିଡ୍‌ କଟକଣା ଉଠାଇ ଦିଆଯାଇଛି। କୋଭିଡ୍‌ ପୂର୍ବରୁ ଯେପରି ଗୃହ କାର୍ଯ୍ୟ ଚାଲୁଥିଲା, ଏବେ ସେହିପରି ଚାଲିବ। ଅନ୍ୟପଟେ ଆଜି ସକାଳ ସାଢେ ୧୦ଟାରେ ବିଧାନସଭା ୫୪ ନମ୍ବର ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ।

Leave A Reply

Your email address will not be published.