ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ପାକିସ୍ତାନର ନୂଆ ସେନାଧ୍ୟକ୍ଷ ହେବେ ସୟଦ ଆସିମ ମୁନିର

0

ଇସଲାମବାଦ; ବଦଳିଲେ ପାକିସ୍ତାନ ସେନା ମୁଖ୍ୟ । କମର ଜାବେଦ ବାଜୱାଙ୍କ ସ୍ଥାନ ନେବେ ସୟଦ ଆସିମ ମୁନିର । ନୂତନ ସେନା ମୁଖ୍ୟଙ୍କ ନାମ ଘୋଷଣା କରିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ । ଆନ୍ତର୍ଜାତୀୟ ଗଣମାଧ୍ୟମର ରିପୋର୍ଟ ମୁତାବକ ପାକିସ୍ତାନର ସୂଚନା ମନ୍ତ୍ରୀ ଏକ ଟ୍ୱିଟ କରିଛନ୍ତି । ଏହି ଟ୍ୱିଟରେ ସେ କହିଛନ୍ତି କି ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ଲେଫ୍ଟନାଣ୍ଟ ଜେନେରାଲ ଅସୀମ ମୁନୀରଙ୍କୁ ପାକିସ୍ତାନର ସେନା ମୁଖ୍ୟଭାବେ ଚୟନ କରିଛନ୍ତି ।

ମରିୟମ ଔରଙ୍ଗଜେବଙ୍କ ସୂଚନା ଅନୁସାରେ, ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଜେନେରାଲ ସାହିର ଶ୍ୟାମଶାଦ ମିର୍ଜାଙ୍କୁ ଯୁଗ୍ମ ମୁଖ୍ୟ କମିଟିର ଅଧ୍ୟକ୍ଷ ଏବଂ ଲେଫ୍ଟନାଣ୍ଟ ଜେନେରାଲ ସୟଦ୍‌ ଆସିମ ମୁନିରଙ୍କୁ ସେନା ମୁଖ୍ୟ ଭାବେ ନିଯୁକ୍ତି ଦେବାକୁ ନିଷ୍ପତ୍ତି ନେଇଛନ୍ତି । ତେବେ ପାକିସ୍ତାନର ରାଷ୍ଟ୍ରପତି ଆରିଫ ଅଲ୍ଲି ଏହି ଦୁଇ ନିଯୁକ୍ତି ଉପରେ ଅନ୍ତିମ ମୋହର ଲଗାଇବେ ।

ସୂଚନା ଅନୁଯାୟୀ ଚଳିତମାସ ଶେଷରେ ଜେନେରାଲ କମର ଜାବେଦ ବାଜୱା ସେନାମୁଖ୍ୟ ପଦରୁ ଅବସର ନେଉଛନ୍ତି । ବାଜୱା ୨୦୧୬ ରେ ପାକିସ୍ତାନର ସେନା ମୁଖ୍ୟ ଦାୟିତ୍ୱ ଗ୍ରହଣ କରିଥିଲେ । ତାଙ୍କର ପ୍ରଥମ କାର୍ଯ୍ୟକାଳ ୨୯ ନଭେମ୍ବର ୨୦୧୯ରେ ଶେଷ ହୋଇଥିଲା । ହେଲେ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ଆଉ ୩ ବର୍ଷ ବଢ଼ାଇ ଦିଆଯାଇଥିଲା । ତେବେ ବାଜୱାଙ୍କ ପରେ କିଏ ହେବ ପାକିସ୍ତାନର ସେନାମୁଖ୍ୟ ତାହାକୁ ନେଇ ଅନେକଦିନ ହେବ କଳ୍ପନା ଜଳ୍ପନା ଲାଗି ରହିଥିଲା । ଏନେଇ ସେନାର ୬ ଜଣ କମାଣ୍ଡରଙ୍କ ନାମକୁ ନେଇ ଚର୍ଚ୍ଚା ହେଉଥିଲା । ହେଲେ ଏବେ ପ୍ରଧାନମନ୍ତ୍ରୀଙ୍କ ନିଷ୍ପତ୍ତି ପରେ ଲେଫ୍ଟନାଣ୍ଟ ଜେନେରାଲ ଅସୀମ ମୁନୀରଙ୍କ ନାମ ରାଷ୍ଟ୍ରପତିଙ୍କ ସ୍ୱୀକୃତି ପାଇଁ ପଠାଯାଇଛି ।

Leave A Reply

Your email address will not be published.