ଛତିଶଗଡ; ଛତିଶଗଡ଼ରେ ପୁଣି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ । ବିଜାପୁର ଜଙ୍ଗଲରେ ସୁରକ୍ଷାବାହିନୀ ଓ ନକ୍ସଲଙ୍କ ମଧ୍ୟରେ ହୋଇଛି ଗୁଳିବିନିମୟ । ଉଭୟ ପକ୍ଷରୁ ଗୁଳିବିନିମୟ ବେଳେ ୩ ମାଓବାଦୀ ନିହତ ହୋଇଛନ୍ତି । ସିଆରପିଏଫ, ଡିଆରଜି ଓ ଏସଟିଏଫ୍ ଯବାନଙ୍କ ମିଳିତ କମ୍ବିଂ ଅପରେସନ ବେଳେ ହୋଇଥିଲା ଏନକାଉଣ୍ଟର । ଏହି ଏନକାଉଣ୍ଟରରେ ୩ ନକ୍ସଲ ନିପାତ ହୋଇଥିବା ବେଳେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ବିଜାପୁର ଏସପି ସୂଚନା ଦେଇଛନ୍ତି । ସୂଚନା ଅନୁଯାୟୀ ମିରତୁର୍ ଥାନା ଅଧୀନ ବିଜାପୁର ଜଙ୍ଗଲରେ ନକ୍ସଲ ଥିବା ସୂଚନା ମିଳିବା ପରେ ଆରମ୍ଭ ହୋଇଥିଲା ଅପରେସନ । ତେବେ ଏବେବି ଜାରି ରହିଛି ସର୍ଚ୍ଚ ଅପରେସନ
ପ୍ରମୁଖ ଖବର
୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା