ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

ମିଶନ ଶକ୍ତି ମା’ମାନଙ୍କୁ ନବୀନଙ୍କ ଭେଟି

0

ଭୁବନେଶ୍ୱର: ରାଜ୍ୟର ମିଶନ ଶକ୍ତି ମା’ମାନଙ୍କ କାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ୨୦୨୨ ଅପ୍ରେଲ ପହିଲାରୁ ଏହି ନୂତନ ଋଣ ବ୍ୟବସ୍ଥା ଲାଗୁ ହେବ । ପୂର୍ବରୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଥିଲା । ଏହାକୁ ଏକ ଯୁଗାନ୍ତକାରୀ ପଦକ୍ଷେପ ରୂପେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହାଦ୍ବାରା ଆମର ମିଶନ ଶକ୍ତି ମା’ମାନେ ଏସଏଚଜିରୁ ଏସଏମଇ ବା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିବେ ଏବଂ ଆମର ଲକ୍ଷ ଲକ୍ଷ ମା’ମାନେ ଅଧିକ ଟଙ୍କାର ଋଣ ନେଇ ବଡ଼ ବଡ଼ ବ୍ୟବସାୟ କରିପାରିବେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାର ରୂପାନ୍ତର କ୍ଷେତ୍ରରେ ମା’ମାନେ ହେଉଛନ୍ତି ଏକ ଅଭିନ୍ନ ଅଙ୍ଗ । ଆଜିର ଏହି ନିଷ୍ପତ୍ତି ସେମାନଙ୍କୁ ସଶକ୍ତ କରିବାରେ ଓ ସ୍ଥାନୀୟ ଅର୍ଥନୀତିକୁ ପ୍ରୋତ୍ସାହିତ କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି । ମିଶନ ଶକ୍ତି ମା’ମାନଙ୍କୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଭାବରେ ପରିଣତ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଗାମୀ ୫ ବର୍ଷ ମଧ୍ୟରେ ମିଶନ ଶକ୍ତି ଗ୍ରୁପମାନଙ୍କୁ ପ୍ରାୟ ୫୦ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବାପାଇଁ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ଏହାଦ୍ୱାରା ମିଶନ ଶକ୍ତିର ମା’ମାନେ ସଫଳ ଉଦ୍ୟୋଗୀ ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିବେ ବୋଲି ସେ ଆଶାପ୍ରକାଶ କରିଛନ୍ତି ।

ଆମ ପ୍ରତିଶୃତି ଅନୁଯାୟୀ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ଗତ ୩ ବର୍ଷରେ ସରକାରୀ ଭାବରେ ୪୦୦୦ କୋଟି ଟଙ୍କାର ବିଜିନେସ ଯୋଗାଇ ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହାସହିତ ଗତ ୫ ବର୍ଷରେ ମିଶନ ଶକ୍ତି ମା ମାନଙ୍କୁ ୧୭ ହଜାର କୋଟିରୁ ଅଧିକ ଟଙ୍କାର ଋଣ ଯୋଗାଇ ଦିଆଯାଇଛି। ବର୍ତ୍ତମାନ ଆମର ମିଶନ ଶକ୍ତି ମା’ମାନଙ୍କୁ ଉତ୍ସାହିତ କରିବାପାଇଁ ଓଡ଼ିଶା ସରକାର ବିନା ସୁଧରେ, ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସୁବିଧା ଯୋଗାଇ ଦେଉଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ଚାରି ଲକ୍ଷ ଏସ୍.ଏଚ୍.ଜି ଗ୍ରୁଫ ର ବ୍ୟାଙ୍କ ଖାତାକୁ ରାଜ୍ୟ ସରକାର ୫୦୦ କୋଟି ଟଙ୍କାର ସୁଧ ଫେରାଇଛନ୍ତି।

ମହିଳା ସଶକ୍ତିକରଣ ଦିଗରେ ମିଶନ ଶକ୍ତି ଏକ ଅଭିନବ ଉଦ୍ୟମ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ୭୦ ଲକ୍ଷ ମା’ମାନଙ୍କୁ ୬ ଲକ୍ଷ ଏସ୍‌ଏଚ୍‌ଜି ଜରିଆରେ ଏହା ଏକାଠି କରିପାରିଛି। ଏହି ଆନ୍ଦୋଳନକୁ ଆହୁରି ଆଗକୁ ନେବା ପାଇଁ ତାଙ୍କ ସରକାର ସ୍ବତନ୍ତ୍ର ଭାବରେ ମିଶନ ଶକ୍ତି ବିଭାଗ ଗଠନ କରିଛନ୍ତି ଏବଂ ସବୁ ଏସ୍‌ଏଚ୍‌ଜି କାର୍ଯ୍ୟକ୍ରମ ଏହି ବିଭାଗ ଜରିଆରେ ହିଁ କାର୍ଯ୍ୟକାରୀ କରାଯାଉଛି ବୋଲି ସେ କହିଥିଲେ। ସୂଚନାଯୋଗ୍ୟ ଯେ ୨୦୨୦ ଜୁନ୍‌ ୧ ତାରିଖରେ ମିଶନ ଶକ୍ତି ବିଭାଗ ପ୍ରତିଷ୍ଠା କରାଯାଇ ରାଜ୍ୟର ସବୁ ଏସ୍‌.ଏଚ.ଜି କାର୍ଯ୍ୟକ୍ରମକୁ ଗୋଟିଏ ବିଭାଗ ଅଧୀନରେ ରଖାଯାଇଥିଲା।

Leave A Reply

Your email address will not be published.