ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁଣି ମାସେ ବଢିଲା ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ ଅବଧି

0

ଭୁବନେଶ୍ବର; ଗାଡ଼ି ଚାଳକଙ୍କୁ ମିଳିଲା ଆଶ୍ୱସ୍ତି । ପୁଣି ଥରେ ମାସେ ଯାଏଁ ବଢିଲା ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ର ଅବଧି । ଅର୍ଥାତ ଡିସେମ୍ବର ୩୧ ଯାଏଁ ସମୟସୀମା ବୃଦ୍ଧି ନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର । ତେବେ ଯେଉଁ ସବୁ ଗାଡ଼ିର ନମ୍ୱର ପ୍ଲେଟ୍‌ର ଶେଷ ଅଙ୍କ ୧, ୨, ୩, ୪ ରହିଛି, ଉକ୍ତ ଗାଡ଼ିଗୁଡ଼ିକର ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ ଲଗାଇବା ଅବଧିକୁ ପୁଣି ମାସେ ବଢ଼ାଇ ଦେଇଛନ୍ତି ରାଜ୍ୟ ସରକାର । ସେହିପରି ଅନ୍ୟ ନମ୍ବର ବିଶିଷ୍ଟ ଗାଡ଼ିର ଅବଧି ବି ଆପେଆପେ ବଢ଼ିଯିବ ବୋଲି ଜଣାଯାଇଛି । ଏହି ସମୟସୀମା ମଧ୍ୟରେ ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ ପାଇଁ ବୁକିଂ ହୋଇଥିଲା କୌଣସି କାର୍ଯ୍ୟାନୁଷ୍ଠାନ ହେବନି ବୋଲି ବି ଉଲ୍ଲେଖ କରିଛନ୍ତି ରାଜ୍ୟ ସରକାର ।

ସୂଚନା ଅନୁଯାୟୀ କୌଣସି ପ୍ରାକ୍‌ ପ୍ରସ୍ତୁତି ନ କରି ରାଜ୍ୟ ସରକାର ତରବରିଆ ଭାବେ ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌(HSRP) ପାଇଁ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏପରିକି ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଏହି ନମ୍ବର ପ୍ଲେଟ ନ ଲଗାଇଲେ ୫ରୁ ୧୦ ହଜାର ପର୍ଯ୍ୟନ୍ତ ତଣ୍ଡ ଗଣିବାକୁ ପଡ଼ିବ ବୋଲି ବି ଚେତାବନି ଦେଇଥିଲେ ରାଜ୍ୟ ସରକାର । ଏହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବାରୁ ସେମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ । ସେପ୍ଟେମ୍ବର ୩୦ରେ ଓଡିଶା ହାଇକୋର୍ଟ ଏହି ମାମଲାର ଶୁଣାଣି କରିବା ପରେ ରାଜ୍ୟ ସରକାର ହାଇସିକ୍ୟୁରିଟି ଲଗାଇବା ଅବଧିକୁ ବୃଦ୍ଧି କରିଥିଲେ । ପ୍ରଥମେ ଅକ୍ଟୋବର ୩୦ ପର୍ଯ୍ୟନ୍ତ ପରେ ନଭେମ୍ବର ୩୦ ଓ ଏବେ ଡିସେମ୍ବର ୩୦ ପର୍ଯ୍ୟନ୍ତ ସମୟ ସୀମା ବୃଦ୍ଧି କରାଯାଇଛି ।

Leave A Reply

Your email address will not be published.