ପ୍ରମୁଖ ଖବର

ମେସି ଇଭେଣ୍ଟ ଅବ୍ୟବସ୍ଥା: ୩୩ ହଜାର ଦର୍ଶକଙ୍କୁ ଟଙ୍କା ଫେରାଇବାକୁ ଘୋଷଣା
କଟକ କଂଗ୍ରେସରେ ଫାଟ ବଢ଼ିଲା, ଓଜେସିରୁ ଲଢ଼ିବେ ସୋଫିଆ: ମୋକିମ
ପାଲଲହଡ଼ାରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ, ୨ ଦିନରେ ୧୯ ପଜିଟିଭ୍‌, ଜଣେ ମୃତ
ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ମୋଦି
ଚାଷୀଙ୍କୁ ଆଶ୍ୱସ୍ତି: ଧାନ ପଞ୍ଜୀକରଣ ଅବଧି ବଢ଼ିଲା ଆଉ ୭ ଦିନ
‘ମନ୍ କୀ ବାତ୍‌’ରେ ଓଡ଼ିଶାର ମୈଥିଲୀଙ୍କ କାହାଣୀ, ଇକୋ-ଟୁରିଜିମ୍‌ ବଦଳାଇଲା ଜୀବିକା
ନେପାଳକୁ ସହାୟତା , ୬୮.୫ ଟନ୍‌ ରିଲିଫ୍‌ ସାମଗ୍ରୀ ପଠାଇଲା ଭାରତ

ଆରମ୍ଭ ହୋଇଯାଇଛି ଗୁଜୁରାଟରେ ପ୍ରଥମ ପର୍ଯ୍ୟାୟ ମତଦାନ

0

ଗାନ୍ଧୀନଗର: ଆଜି ଗୁଜୁରାଟ ବିଧାନସଭାର ପ୍ରଥମ ପର୍ଯ୍ୟାୟ ମତଦାନ । ୮୯ ଆସନରେ  ଭାଗ୍ୟ ପରୀକ୍ଷା କରୁଛନ୍ତି ୭୮୮ ଜଣ ପ୍ରାର୍ଥୀ। ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ । ୧୪ ହଜାର ୩୮୨ଟି ମତଦାନ କେନ୍ଦ୍ରରେ ନିଜର ମତ ସାବ୍ୟସ୍ତ କରିବେ ଜନତା । ପ୍ରଥମ ପର୍ଯ୍ୟାୟ ମତଦାନରେ ୨ କୋଟି ୩୯ ଲକ୍ଷ ୭୬ ହଜାର ୬୭୦ ଭୋଟର ଭୋଟ ଦେଇ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ୧୯ ଜିଲ୍ଲାରେ ଭୋଟ ଗ୍ରହଣ ପାଇଁ ୨୫ ହଜାର ୪୪୩ ମତଦାନ କେନ୍ଦ୍ର କରାଯାଇଛି । ଶାନ୍ତି ଶୃଙ୍ଖଳାର ସହ ମତଦାନ ସାରିବାକୁ କଡା ସୁରକ୍ଷାର ବନ୍ଦୋବସ୍ତ କରାଯାଇଛି ।

ତେବେ ୨୦୧୭ ସାଧାରଣ ନିର୍ବାଚନରେ ଏହି ୮୯ଟି ସିଟରେ ବିଜେପି ୪୮ ଟି ଜିତିଥିବା ବେଳେ କଂଗ୍ରେସ ୪୦ଟି ଆସନ ଅକ୍ତିଆର କରିଥିଲା ଏବଂ ଗୋଟିଏ ସିଟ ସ୍ବାଧୀନ ପ୍ରାର୍ଥୀଙ୍କ ନିକଟକୁ ଯାଇଥିଲା।

Leave A Reply

Your email address will not be published.