ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଆଜି ପଦମପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

0

ପଦମପୁର: ଆଜି ପଦମପୁର ମଇଦାନରେ ଖେଳିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡିର ନମ୍ବର ୱାନ ଷ୍ଟାର ପ୍ରଚାରକ ନବୀନ ପଟ୍ଟନାୟକ। ପଦମପୁର ଯାଇ ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଚାର କରିବେ ନବୀନ। ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏଥିପାଇଁ ସକାଳ ୧୦ଟାରୁ ନବୀନ ନିବାସରୁ ବାହାରିବେ ମୁଖ୍ୟମନ୍ତ୍ରୀ ।

୧୦ଟା ୧୦ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ବାହାରି ୧୧ଟାରେ ପଦମପରୁ ସତୀଭଟ ଏୟାରଷ୍ଟ୍ରିପରେ ପହଞ୍ଚିବେ । ସକାଳ ୧୧ଟା ୨୫ ମିନିଟରେ ଝାରବନ୍ଧ, ଏହାପରେ ଦିନ ୧୨ଟା ୩୦ରେ ମୁଖ୍ୟମନ୍ତ୍ରୀ ପାଇକମାଳ ହାଇସ୍କୁଲ ପଡ଼ିଆ ଓ ଅପରାହ୍ନ ୩ଟା ୩୦ରେ ପଦ୍ମପୁର ହାଇସ୍କୁଲ ପଡ଼ିଆରେ ସଭା କରିବେ । ଏ ନେଇ ବ୍ୟାପକ ଆୟୋଜନ କରିଛି ବିଜେଡି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ବିଜେଡି ନେତା ଓ କର୍ମୀ ବେଶ୍‌ ଉତ୍ସାହିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପାଖରୁ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଛି । ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପ୍ରତି ଜନସମର୍ଥନ ଦିନକୁ ଦିନ ବଢୁଛି। ନବୀନଙ୍କ ପ୍ରଚାର ଆହୁରି ଭୋଟ୍ ବଢ଼ାଇବ ବୋଲି ଦଳର ନେତାମାନେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସାଧାରଣ ସଭାରେ ବିପୁଳ ଜନ ସମାଗମ ହେବାର ସମ୍ଭାବନା ରହିଛି । ଏଥିପାଇଁ କରାଯାଇଛି ବ୍ୟାପକ ପ୍ରସ୍ତୁତି । ସଭାସ୍ଥଳରେ କାରକେଡ, ସଭାମଞ୍ଚ ଓ ଭିଆଇପିଙ୍କ ସୁରକ୍ଷା ସାଙ୍ଗକୁ ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀକାଳୀନ ସେବା ପାଇଁ ବ୍ୟବସ୍ଥା କରାଯାଇଛି

ଧାମନଗରରେ ପରାଜୟ ଓ ପଦ୍ମପୁର ଜିତିବାକୁ ବିଜେପି ଜୋରଦାର ପ୍ରୟାସ କରୁଥିବାରୁ ଏଥର ନିଜେ ମଇଦାନକୁ ଓହ୍ଲାଇଛନ୍ତି ନବୀନ । ସେପଟେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଆଜି ପ୍ରଚାର ପାଇଁ ପଦ୍ମପୁରରେ ପହଁଚିବେ । ସେ ଗୋଟିଏ ଦିନରେ ବିଭିନ୍ନ ସ୍ଥାନରେ ରୋଡ ସୋ ଓ ସଭା କରି ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ଭୋଟ ଅପିଲ କରିବେ।

Leave A Reply

Your email address will not be published.