ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଆଜିଠାରୁ ସଂସଦର ଶୀତକାଳୀନ ଅଧିବେଶନ

0

ନୂଆଦିଲ୍ଲୀ; ଆଜିଠାରୁ ଆରମ୍ଭ ହୋଇଗଲା ସଂସଦର ଶୀତକାଳୀନ ଅଧିବେଶନ । ଆସନ୍ତା ୨୯ ତାରିଖ ଯାଏ ଚାଲିବ ଏହି ଅଧିବେଶନ । ଏହି ଅଧିବେଶନ କାଳରେ ମୋଟ ୧୭ଟି କାର୍ଯ୍ୟ ଦିବସ ରହିଥିବା ବେଳେ ଏଥିରେ ବହୁ ଗୁରୁତ୍ବପୂର୍ଣ୍ଣ ବିଲ୍ ଆସିବାର କାର୍ଯ୍ୟକ୍ରମ ରହିଛି । ତେବେ ଚଳିତ ଅଧିବେଶନରେ ପ୍ରାୟ ୧୬ଟି ନୂଆ ବିଲ୍ ଆଗତ ହେବ ।

ଉଭୟ ଲୋକସଭା ଓ ରାଜ୍ୟସଭାରେ ସରକାର ଅତିରିକ୍ତ ଅନୁଦାନ, ଚଳିତ ଆର୍ଥିକ ବର୍ଷରେ ଜାରି ରହିଥିବା କାର୍ଯ୍ୟକ୍ରମ ଉପରେ ଅଧିକ ବ୍ୟୟ ସମ୍ପର୍କରେ ମଧ୍ୟ ଆଲୋଚନା ହେବ । ଅନ୍ୟପଟେ ବିଶ୍ବସ୍ତରୀୟ ଟ୍ରେଡମାର୍କ ରେଜିଷ୍ଟ୍ରେସନ ବିଲ୍, ବହୁମୁଖୀ ରାଜ୍ୟ ସମବାୟ ସମିତି ସଂଶୋଧନ ବିଲ୍-୨୦୨୨ ଆଦି ଚଳିତ ଅଧିବେଶନରେ ଆଗତ ହେବ । ବିଶ୍ବସ୍ତରୀୟ ଟ୍ରେଡମାର୍କ ରେଜିଷ୍ଟ୍ରେସନ ବିଲ୍ ପାରିତ ହେଲେ ଜଣେ ବ୍ୟକ୍ତି ସାରା ବିଶ୍ବରେ ଟ୍ରେଡମାର୍କ ପାଇବାର ଅଧିକାର ହାସଲ କରିବେ ।

ଅଧିବେଶନ ପୂର୍ବରୁ ଗତକାଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସର୍ବଦଳୀୟ ବୈଠକ ହୋଇଛି । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସବୁ ଦଳର ନେତାଙ୍କୁ ଏଥିପାଇଁ ଆମନ୍ତ୍ରଣ କରିଥିଲେ। ଉଭୟ ଗୃହର କାର୍ଯ୍ୟକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ସରକାର ସବୁ ଦଳର ସହଯୋଗ ଲୋଡିଛନ୍ତି ।

Leave A Reply

Your email address will not be published.