ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ପଦ୍ମପୁରରେ ପୁଣି ଶଙ୍ଖନାଦ,ବାଜି ମାରିନେଲା ବିଜେଡି

0

ଭୁବନେଶ୍ୱର: ସବୁ କଳ୍ପନଜଳ୍ପନାର ଅନ୍ତ ଘଟିଛି। ପଦମପୁର ଉପନିର୍ବାଚନ ବାଜି ଜିତିଛି ବିଜେଡି। ବିଜେଡି଼ ପ୍ରାର୍ଥୀ ବର୍ଷା ସିଂ ବରିହା ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ପ୍ରଦୀପ ପୁରୋହିତଙ୍କୁ ୪୨,୦୬୫ ଭୋଟରେ ପରାସ୍ତ କରିଛନ୍ତି । ଗଣତି ଆରମ୍ଭରୁ ହିଁ ବର୍ଷା ବିଜେପି ପ୍ରାର୍ଥୀଙ୍କ ଉପରେ ଭାରି ପଡ଼ିଥିଲେ । ପ୍ରତି ରାଉଣ୍ଡରେ ବିଜେଡ଼ି ସଂଖ୍ୟାଧିକ ଭୋଟ୍ ସହିତ ବିଜେପି ଠାରୁ ଆଗରେ ରହିଥିଲା । କୌଣସି ଗୋଟିଏ ରାଉଣ୍ଡରେ ମଧ୍ୟ ବିଜେପି ଭୋଟରେ ବିଜେଡ଼ିକୁ ପଛରେ ପକାଇ ପାରିନଥିଲା । ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀଙ୍କ ସ୍ଥିତି ଅତ୍ୟନ୍ତ ଖରାପ ଥିଲା। ଭୋଟର ବିଜେପିକୁ ପ୍ରତ୍ୟାଖାନ କରିଥିବା ବେଳେ କଂଗ୍ରେସର ରାଜନୈତିକ ପ୍ରାସଙ୍ଗିକତାକୁ ଉପନିର୍ବାଚନରେ ପ୍ରଶ୍ନ କରିଛନ୍ତି ।

ବିଜେଡି଼ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ପଦମପୁର ଭୋଟର ସମର୍ଥନ ଦେଇଛନ୍ତି । ବିଜେପିର ସବୁ ପ୍ରକାରର ନକରାତ୍ମକ ପ୍ରଚାରକୁ ଭୋଟର ପ୍ରତ୍ୟାଖାନ କରି ପ୍ରସଙ୍ଗ ଭିତ୍ତିକ ନିର୍ବାଚନକୁ ସମର୍ଥନ କରିଥିବା ଉପନିର୍ବାଚନ ଫଳାଫଳରୁ ପ୍ରମାଣିତ ହୋଇଛି । ବିଜେପି କେବଳ ପ୍ରଚାରର ହାୱା ସୃଷ୍ଟି କରି ଉପନିର୍ବାଚନୀ ବୈତରଣୀ ପାର ହେବା ଲକ୍ଷ୍ୟରେ ଥିଲା ବୋଲି ରାଜନୈତିକ ବିଶ୍ଲେଷକ କହିଛନ୍ତି । ବର୍ଷାଙ୍କୁ ମୋଟ ୧ ଲକ୍ଷ ୧୯ ହଜାର ୫୧୨ ଭୋଟ ମିଳିଛି । ଅନ୍ୟପକ୍ଷରେ ବିଜେପିର ପ୍ରଦୀପ ପୁରୋହିତଙ୍କୁ ୭୭ ହଜାର୪୪୭ ଭୋଟ୍ ମିଳିଛି । ସେହିଭଳି କଂଗ୍ରେସର ସତ୍ୟଭୂଷଣ ସାହୁଙ୍କୁ ମିଳିଛି ୩୫୪୮ ଖଣ୍ଡ ଭୋଟ।

ବର୍ଷାଙ୍କ ବିଜୟ ପରେ ପଦମପୁରରେ ଉତ୍ସବର ପରିବେଷ ସୃଷ୍ଟି ହୋଇଛି । ବର୍ଷା ନିଜ ବିଜୟ ପାଇଁ ଭୋଟରଙ୍କୁ ଧନ୍ୟବାଦ ଜଣାଇଥିବା ବେଳେ ତାଙ୍କ ଉପରେ ଆସ୍ଥା ପ୍ରକଟ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି ।

Leave A Reply

Your email address will not be published.