ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ଗୋପାଳପୁରରେ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ

0

ଭୁବନେଶ୍ବର; ପୁରୀ ପରେ ଏବେ ଗୋପାଳପୁରରେ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ । ଆଜିଠାରୁ ସହରରେ ଆରମ୍ଭ ହେଲା ‘ଡ୍ରିଙ୍କ ଫ୍ରମ ଟ୍ୟାପ୍‍’ ଯୋଜନା । ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋପାଳପୁରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ସହିତ ରାଜ୍ୟର ୧୯ ଟି ସହରର ବିଭିନ୍ନ ୱାର୍ଡରେ ଏହି ସେବା ଆରମ୍ଭ ହୋଇଛି । ଏହାଦ୍ବାରା ପ୍ରାୟ ୫.୫ ଲକ୍ଷ ଲୋକ ଉପକୃତ ହେବେ ।

ଏହା ବ୍ୟତୀତ ଖୋର୍ଦ୍ଧା, ଜଟଣୀ ଏବଂ ହିଞ୍ଜିଳିକାଟୁ ପୌରାଞ୍ଚଳରେ ଏହି ଯୋଜନାର କାର୍ଯ୍ୟାରମ୍ଭ ହୋଇଥିବା ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ସୂଚନା ଦେଇଛନ୍ତି । ଓଡ଼ିଶା ଏକମାତ୍ର ରାଜ୍ୟ ଭାବେ ୧୧୪ଟି ସହରରୁ ୮୫ଟି ସହରରେ ଶତ ପ୍ରତିଶତ ପାଇପ ଜଳଯୋଗାଣର ବ୍ୟବସ୍ଥା କରିସାରିଛି । ଏବେ ୧୯ଟି ସହର ଯୋଡ଼ି ହେବା ସହିତ ଅନ୍ୟ ୩ଟି ସହରରେ କାର୍ଯ୍ୟାରମ୍ଭ ହୋଇଛି ।

ସେହିପରି ରାଉରକେଲା ସହରରେ ମଧ୍ୟ ୨୪ ଘଣ୍ଟିଆ ବିଶୁଦ୍ଧ ପାଣି ଯୋଗାଇ ଦିଆଯିବ । ରାଉରକେଲା ସହରର ୱାର୍ଡ ନମ୍ଵର ୧, ୨, ୩ ଓ ୩୬ ରେ ବସବାସ କରୁଥିବା ୨୦ ହଜାର ଜନସାଧାରଣ ଡ୍ରିଙ୍କ ଫ୍ରମ ଟ୍ୟାପ ସୁବିଧା ପାଇବେ । ଆସନ୍ତା ବର୍ଷ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ପୌରାଞ୍ଚଳରେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ଯୋଜନାରେ ମିଳିବ ୨୪ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ।

ସୂଚନା ଅନୁଯାୟୀ, ସହରାଞ୍ଚଳ ପାନୀୟ ଜଳ ଯୋଗାଣ ଓ ୱାଟର ଟ୍ରିଟ୍ମେବଣ୍ଟ ପ୍ଲାଣ୍ଟ କାର୍ଯ୍ୟକ୍ରମରେ ମିଶନ ଶକ୍ତି ମହିଳା ତୃତୀୟ ଲିଙ୍ଗରମାନଙ୍କୁ ଦାୟିତ୍ୱ ଦିଆଯାଇଛି । ସେମାନେ ମିଟର ରିଡିଂ, ଜଳର ମାନ ପରୀକ୍ଷା, ନୂତନ ସଂଯୋଗ ଓ ବେନିୟମ ସଂଯୋଗ ଛିନ୍ନ କରିବା କାର୍ଯ୍ୟ କରୁଛନ୍ତି ।

Leave A Reply

Your email address will not be published.