ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

0

ଭୁବନେଶ୍ବର; ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ।ଆସନ୍ତା ୨୮ କିମ୍ବା ୨୯ ତାରିଖରେ ନଡ୍ଡା ପୁଣି ଓଡ଼ିଶା ଗସ୍ତରେ ଆସିବେ। ଏନେଇ ବରିଷ୍ଠ ବିଜେପି ନେତା ତଥା ରାଜ୍ୟ ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଜେ ପି ନଡ୍ଡା ଗତ ସେପ୍ଟେମ୍ବର ମାସ ୨୯ ଓ ୩୦ ଦୁଇଦିନ ଓଡ଼ିଶାରେ ରହି ଦଳୀୟ କାର୍ଯ୍ୟକର୍ତ୍ତାମାନଙ୍କୁ ମାର୍ଗଦର୍ଶନ କରିଥିଲେ। ବିଜେପି ମିସନ ୨୦୨୪ କିଭଳି ସଫଳ ହେବ ସେ ନେଇ କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଇଥିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ। ଏହି ଗସ୍ତ ସମୟରେ ନଡ୍ଡା ଦଳର ସଂଗଠନର ସୁଦୃଢ଼ କରିବାକୁ ରଣନୀତି ପ୍ରସ୍ତୁତ କରିବା ସହ ଦଳର ବିଭିନ୍ନ ସ୍ତରର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଥିଲେ। ଏହି ଗସ୍ତ ସମୟରେ ବୁଥସ୍ତରୀୟ ଅଭିଯାନ ପାଇଁ ଖସଡ଼ା ପ୍ରସ୍ତୁତ ହୋଇଥିଲା। ତେବେ ଏହାର କିଛି ଦିନ ପରେ ପୁଣିଥରେ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ।

Leave A Reply

Your email address will not be published.