ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

କୋଭିଡ ସ୍ଥିତି ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ

0

ଭୁବନେଶ୍ବର; ଗତ କିଛି ଦିନ ଧରି ବିଦେଶରେ ବଢ଼ିଚାଲିଛି କରୋନା ସଂକ୍ରମଣ । ଏହାର ଭୟବହତା ନଜରରେ ରଖି ନୂଆ ଆଡଭାଇଜରି ଜାରି କରିଛି ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକରେ ସ୍ୱାସ୍ଥ୍ୟ ସଚିବ ସାଲିନି ପଣ୍ଡିତ କହିଥିଲେ, ଆମ ରାଜ୍ୟରେ କରୋନା ସ୍ଥିତି ଭଲ ରହିଛି । ନଭେମ୍ବରଠାରୁ ଦୈନିକ ସଂକ୍ରମଣ ମାମଲା ୧୫ରୁ କମ୍ ରହିଛି । ରାଜ୍ୟରେ ଟେଷ୍ଟିଂ ସ୍ତର ଜାତୀୟ ତୁଳନାରେ ଅଧିକ ଅଛି ।

ତେବେ ଆଇସିଏମଆର ଗାଇଡଲାଇନ ଅନୁସାରେ ଟେଷ୍ଟିଂ ଓ ସର୍ଭିଲାନ୍ସ ଜାରି ରହିବ । କୋଭିଡ ପଜିଟିଭ ଚିହ୍ନଟ ହେଲେ ଜେନମ ସିକ୍ୟୁଏନ୍ସିଂ କରାଯାଉଛି । ସେହିପରି RMRC, ILS ମାଧ୍ୟମରେ ସମ୍ପୂର୍ଣ୍ଣ ଜେନମ ସିକ୍ୟୁଏନ୍ସିଂ କରାଯାଉଥିବା କହିଛନ୍ତି ଶାଳୀନ ପଣ୍ଡିତ । ବିମାନ ବନ୍ଦର ଗୁଡିକରେ ଗାଇଡଲାଇନ ଅନୁସାରେ ସର୍ଭିଲାନ୍ସ ହେବ । କଟକ, ବ୍ରହ୍ମପୁର, ବୁର୍ଲା ମେଡିକାଲରେ ୨୦ଟି ଲେଖାଏଁ ବେଡ୍ ପ୍ରସ୍ତୁତ ଅଛି  । ଏହା ୨୦୨୩ ମାର୍ଚ୍ଚ ପର୍ଯ୍ୟନ୍ତ ଜାରି ରହିବ  । ଆବଶ୍ୟକସ୍ଥଳେ ବେଡ୍ ସଂଖ୍ୟା ବୃଦ୍ଧି ପାଇଁ ପ୍ରଶାସନ ପ୍ରସ୍ତୁତ ଅଛି  ।

ଏହାଛଡା ସବୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶଯ୍ୟା ସହ ପର୍ଯ୍ୟାପ୍ତ ଅକ୍ସିଜେନ ରହିଛି  । ସବୁ ଡାକ୍ତରଖାନାରେ ୨୭ତାରିଖରୁ ହେବ ମକଡ୍ରିଲ୍  । ସବୁ ମେଡିକାଲରେ ମାନବ ସମ୍ବଳ, ପରିବହନ, ଔଷଧ, ଶଯ୍ୟା ରହିଥିବା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶିକା ଶାଳୀନ ପଣ୍ଡିତ  । ବ୍ୟକ୍ତିଗତ ଭାବେ କୋଭିଡ ପ୍ରତି ସତର୍କ ରହିବାକୁ ଆଡଭାଇଜରୀ ଆସିବ । ମାସ୍କ ବ୍ୟବହାର, ହାତ ଧୋଇବା ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.