ପ୍ରମୁଖ ଖବର

ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍
ଆତ୍ମସମର୍ପଣ କଲେ ୩୧ ମାଓବାଦୀ
ବାଲେଶ୍ୱର ଜିଲାରେ ଥିବା ରିଜର୍ଭ ପୋଲିସ ବାରାକରେ ଜଣେ ମହିଳା ପୋଲିସ କନଷ୍ଟେବଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର
କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପୋଲିସ ଏକ କାର୍ ଭିତରୁ ୧୩୦ କିଲୋ ଗଞ୍ଜେଇ ଜବତ
ପଞ୍ଜାବର ଜଳନ୍ଧରରେ ଭାଜପା ନେତା ମନୋରଞ୍ଜନ କାଳିଆଙ୍କ ଘର ବାହାରେ ଏକ ବିସ୍ଫୋରଣ

ହସ୍ପିଟାଲରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

0

ନୂଆଦିଲ୍ଲୀ; ବିଗିଡ଼ିଲା କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସ୍ବସ୍ଥ୍ୟାବସ୍ଥା । ଏନେଇ ସୋମବାର ପୂର୍ବାହ୍ନରେ AIIMSରେ ଭର୍ତ୍ତି ହୋଇଛନ୍ତି ନିର୍ମଳା ସୀତାରମଣ । ସୂଚନାନୁସାରେ, ସୋମବାର ଦିନ ୧୨ଟାରେ ଅର୍ଥମନ୍ତ୍ରୀ AIIMSର ଘରୋଇ ୱାର୍ଡରେ ଭର୍ତ୍ତି ହୋଇଛନ୍ତି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ୬୩ ବର୍ଷୀୟା ସୀତାରମଣଙ୍କୁ ଭର୍ତ୍ତି କରାଯାଇଛି।

ସରକାରୀ ସୂତ୍ରରୁ ପ୍ରକାଶ ଯେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନିୟମିତ ଯାଞ୍ଚ ପାଇଁ AIIMSରେ ଭର୍ତ୍ତି କରାଯାଇଛି। ତାଙ୍କ ପେଟରେ ସାମାନ୍ୟ ସଂକ୍ରମଣ ବିଷୟରେ କୁହାଯାଉଛି। ଖୁବ୍ ଶୀଘ୍ର ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯିବ। ଗତକାଲି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଦିଲ୍ଲୀସ୍ଥିତ ସଦୈବ ଅଟଳରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

Leave A Reply

Your email address will not be published.