ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ଏନକାଉଣ୍ଟର ସ୍ଥଳରୁ ୩ ଆତଙ୍କୀଙ୍କ ମୃତଦେହ ଉଦ୍ଧାର

0

ଶ୍ରୀନଗର; ଆଜି ଜମ୍ମୁ ଓ କଶ୍ମୀରର ସିଧରାର ଆତ୍ମଗୋପନ କରିଥିବା ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।ଜମ୍ମୁ ଓ କଶ୍ମୀର ‘ଏଡିଜିପି’ କହିଛନ୍ତି ଯେ, ଗୁଳି ବିନିମୟ ଘଟିବା ସମୟରେ ଆତଙ୍କବାଦୀମାନେ ଗୋଟାଏ ଟ୍ରକ୍‌ରେ ଥିଲେ। ଏନ୍‌କାଉଣ୍ଟର୍‌ରେ ୩ଜଣଯାକ ଆତଙ୍କବାଦୀ ନିହତ ହୋଇଛନ୍ତି।

ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ସୁରକ୍ଷାକର୍ମୀମାନେ ସିଧରା ଅଞ୍ଚଳରେ ପ୍ୟାଟ୍ରୋଲିଂ କରୁଥିବା ବେଳେ ୩ ଜଣ ଆତଙ୍କବାଦୀ ଗୋଟିଏ ଟ୍ରକ୍‌ରେ ଲୁଚି ହମଲା କରିଥିଲେ। ଏହାର ଜବାବ ମଧ୍ୟ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଦିଆଯାଇଥିଲା। ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଯାକ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ଏନକାଉଣ୍ଟର ସ୍ଥଳରୁ ୩ ଆତଙ୍କୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେମାନଙ୍କ ନିକଟରୁ ଏକେ ସିରିଜର ୩ଟି ବନ୍ଧୁକ ଓ ବିସ୍ଫୋରକ ଜବତ ହୋଇଛି। ଏଥିସହ ସ୍ଥାନୀୟ ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଜାରି ରହିଛି।

Leave A Reply

Your email address will not be published.