ପ୍ରମୁଖ ଖବର

ଏକକ ଶିକ୍ଷକ ସ୍କୁଲରେ ତୁରନ୍ତ ନିଯୁକ୍ତ ହେବେ ଶିକ୍ଷକ
ଜାତୀୟ ହସ୍ତତନ୍ତ ଦିବସ: ଦୁଇ ଓଡ଼ିଆ ବୁଣାକାରଙ୍କୁ ଜାତୀୟ ସମ୍ମାନ
ରାଜପଥରୁ ହଟିବେ ଗୋରୁଗାଈ, ପ୍ରତି ୧୦୦ କିମିରେ ହେବ ଗୋଶାଳା
ରୁଷ ସହ ବାଣିଜ୍ୟ କଲେ ଲାଗିପାରେ ୧୦୦% ଶୁଳ୍କ
ଅଗଷ୍ଟ ୯ରୁ ୧୭ ଯାଏଁ ଘରେ ଘରେ ତ୍ରିରଙ୍ଗା ଅଭିଯାନ
ୟୁପିଆଇ ପେମେଣ୍ଟରେ ଲାଗିବନି ଶୁଳ୍କ, ସ୍ପଷ୍ଟ କଲେ ସରକାର
ଦିଲ୍ଲୀରେ ଅଗଷ୍ଟ ୯ରୁ ବିଜେପିର ସ୍ୱାଧୀନତା ଦିବସ ସପ୍ତାହ
ସେପ୍ଟେମ୍ବର ୧ରୁ ତାମିଲନାଡୁର ପ୍ରମୁଖ ମନ୍ଦିରରେ ମୋବାଇଲ ନିଷେଧ
ଷ୍ଟାର୍ଟଅପ୍‌ ପାଇଁ ୫ ସଂସ୍ଥା ସହ ସରକାରଙ୍କ ରଣନୀତିକ ବୁଝାମଣା
ଆଇଆଇଟି ଦିଲ୍ଲୀ ସମାବର୍ତ୍ତନରେ ‘ବିକଶିତ ଭାରତ’ ପାଇଁ ପ୍ରଧାନମନ୍ତୀ ଦେଲେ ବଡ଼ ବାର୍ତ୍ତା

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ ସମୀର ଠାକୁର

0

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌର ପରିଷଦର ଉପନିର୍ବାହୀ ଯନ୍ତ୍ରୀ ସମୀର ଠାକୁରଙ୍କ ଘରେ ଭିଜିଲାନ୍ସ  ଚଢ଼ାଉ ହୋଇଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ମହାବୀର ପଡ଼ାରେ ଥିବା ତାଙ୍କ ୩ ମହଲା ବିଶି‌ଷ୍ଟ ବାସଭବନ, ପୌର କାର୍ଯ୍ୟାଳୟ ଓ ମାରୱାରିପଡ଼ାରେ ଥିବା ତାଙ୍କ ସଂପର୍କୀୟଙ୍କ ବାସଭବନ ସମେତ ଇରିଗେସନ କଲୋନୀରେ ଥିବା ସମୀର ଠାକୁରଙ୍କ ଶଶୁରଙ୍କର ଦୁଇ ମହଲା ବିଶିଷ୍ଟ ଘର ଆଦି ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ।। ୫ ଜଣ ଡିଏସ୍‌ପି, ୬ ଜଣ ଇନ୍‌ସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ମିଶି ସହକାରୀ ଯନ୍ତ୍ରୀଙ୍କ ଘରେ ଚଢ଼ାଉ କରିଥିବା ସୂଚନା ରହିଛି।

ଭିଜିଲାନ୍ସ ବିଭାଗର ୪ଟି ସ୍ୱତନ୍ତ୍ର ଟିମ ଏହି ଚଢ଼ାଉରେ ସାମିଲ ହୋଇଛି। ସମୀର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ ଘଟଣାର ତଦନ୍ତ କରି ଆଜି ସକାଳେ ସମୀରଙ୍କ ଘରେ ଚଢ଼ାଉ କରିଛନ୍ତି। ଭବାନୀପାଟଣା ମ୍ୟୁନିସିପାଲଟିରେ ସମୀର ୩୦ ବର୍ଷ ହେବ କାମ କରି ଆସୁଛନ୍ତି। ଚଢ଼ାଉ ପରେ ସମ୍ପତ୍ତିର ଆକଳନ କରାଯିବ ବୋଲି ଭିଜିଲାନ୍ସ ବିଭାଗ ସୂଚନା ଦେଇଛି

Leave A Reply

Your email address will not be published.