ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଟର୍ପ ରେଖା ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ । ଆସନ୍ତା ୧୪ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇପାରେ । ୧୫ ତାରିଖରେ ଏହା ବାତ୍ୟା ରୂପ ନେବାର ଯଥେଷ୍ଟ ସମ୍ଭାବନା ରହିଛି । ଏହି କ୍ଷେତ୍ର ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଆଡକୁ ଗତି କରିପାରେ ।
ଏହାର ପ୍ରଭାବରେ ୧୩ ତାରିଖକୁ ଓଡ଼ିଶାର ଆକାଶ ମେଘୁଆ ହେବ । ୧୪ ତାରିଖରୁ ୧୬ ତାରିଖ ମଧ୍ୟରେ ଉଭୟ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କାକୁ ଏଡାଇ ଦେଇ ହେଉନାହିଁ ।
ଅନ୍ୟପକ୍ଷରେ ଆସନ୍ତା ୭୨ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଶୀତର ପ୍ରକୋପ ଲାଗି ରହିବ । ଗତ ୨୪ ଘଣ୍ଟା ମଧ୍ୟରେ ଫୁଲବାଣୀରେ ଶୀତ ଅଧିକ ରହିଛି ଓ ଏଠାରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରି ରହିଥିଲା ।
ପ୍ରମୁଖ ଖବର
ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ