ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

0

ଭୁବନେଶ୍ବର; ସରକାରୀ କର୍ମଚାରୀଙ୍କ ଲାଗି ଆସିଲା ଖୁସି ଖବର । ରାଜ୍ୟ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଲେ ସରକାର । ସେମାନଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି ।

୨୦୨୨ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ ମହଙ୍ଗା ଭତ୍ତା। ଏହି ୪ ପ୍ରତିଶତକୁ ମିଶାଇଲେ ବର୍ତ୍ତମାନ ମହଙ୍ଗା ଭତ୍ତା ୩୮ ପ୍ରତିଶତ ପରିମାଣ ହୋଇଛି । ମହଙ୍ଗା ଭତ୍ତା ବଢ଼ିବା ଯୋଗୁ ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ। ପୂର୍ବରୁ ରାଜ୍ୟ ସରକାର ଦଶହରା ଉତ୍ସବରେ ମଧ୍ୟ ସରକାରୀ କର୍ମଚାରୀଙ୍କୁ ଖୁସି କରିଥିଲେ। ଦଶହରା ଉପହାର ଭାବେ ସେତେବେଳେ ୩ ପ୍ରତିଶତ ମହଙ୍ଗା ଭତା ବୃଦ୍ଧି କରିଥିଲେ। ଯାହା ୩୧ ପ୍ରତିଶତରୁ ଏହା ୩୪ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା ।

Leave A Reply

Your email address will not be published.