ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ନୂଆବର୍ଷ ପାଇଁ କଡାକଡି ହେଲା ନିୟମ

0

ଭୁବନେଶ୍ବର; ଆଉ ଦିନକ ପରେ ନୂଆବର୍ଷ । ଜଗା ଦର୍ଶନ ପାଇଁ ଦେଶ ତଥା ବିଦେଶରୁ ଶ୍ରୀକ୍ଷେତ୍ରକୁ ଛୁଟୁଛି ଶ୍ରଦ୍ଧାଳୁଙ୍କ ସୁଅ । ବର୍ଷ ଶେଷରେ ଓ ନୂଆବର୍ଷ ଆରମ୍ଭରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ ଜମୁଛି । ଆସନ୍ତାକାଲି ଓ ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଜିଲ୍ଲା ଓ ପୋଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏନେଇ ଦୁଇଦିନ ପୁରୀ ବଡ଼ ଦାଣ୍ଡରେ ବନ୍ଦ ରହିବ ସମସ୍ତ ଦୋକାନ । ମାର୍କେଟ ଛକ ଠାରୁ ବ୍ୟାରିକେଡ଼ ବ୍ୟବସ୍ଥା କରାଯାଇଛି। ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ସ୍କୁଲ ପିଲାଙ୍କ ପାଇଁ କରାଯାଇଛି ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା। ଶୃଙ୍ଖଳିତ ନୀତି, ଜନଗହଳି ନିୟନ୍ତ୍ରଣ, ଭକ୍ତଙ୍କ ବିଶ୍ରାମ, ପାନୀୟ ଜଳ ଯୋଗାଣ ପାଇଁ ବ୍ୟବସ୍ଥା ହୋଇଛି | ଏନେଇ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।

ସେପଟେ ନୂଆବର୍ଷ ପାଇଁ ଉତ୍ସବମୁଖର ଟ୍ବିନ ସିଟି । ଜିରୋ ନାଇଟ ପାଇଁ କଟକ କମିଶନରେଟର ପୋଲିସ ପକ୍ଷରୁ ନିୟମ କଡାକଡି କରାଯାଇଛି । କ୍ଳବ,ପବ, ହୋଟେଲଗୁଡିକ ସେଲିବ୍ରେସନ ପାଇଁ ପୋଲିସ ଠାରୁ ଅନୁମତି ନେବାକୁ ପଡିବ । ଏଥିସହିତ ରାତି ୧୨ ଟା ପର୍ଯ୍ୟନ୍ତ ଇନଡୋର ସେଲିବ୍ରେସନ ଓ ଆଉଟ ଡୋର ବା ବାହାରେ ମୁକ୍ତା କାଶରେ ରାତି ୧୦ ଟା ପର୍ଯ୍ୟନ୍ତ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଅନୁମତି ମିଳିଛି ।

ଅନ୍ୟପଟେ ପ୍ରତିଦିନ ରାତ୍ରୀକାଳୀନ ବ୍ଳକିଂ, ଚେକିଂ ଓ ପେଟ୍ରୋଲିଂ କଡାକଡି କରାଯାଇଛି । ତେବେ ସହରରେ ମୋଟ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ। ମଦ ଖାଇ ଗାଡି ଚଳାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି କଟକ ଡିସିପି ପିନାକ ମିଶ୍ର କହିଛନ୍ତି ।

Leave A Reply

Your email address will not be published.