ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଉନ୍ମୋଚିତ ହେଲା କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ

0
  • ବ୍ରଜରାଜନଗରରେ ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ
  • କିଶୋର ବାବୁଙ୍କ ସରଳତା ଥିଲା ତାଙ୍କ ବଡ ପରିଚୟ – ମୁଖ୍ୟମନ୍ତ୍ରୀ

ବ୍ରଜରାଜନଗର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବ୍ରଜରାଜନଗର ଠାରେ ବିଧାନ ସଭାର ପୂର୍ବତନ ବାଚସ୍ପତି ସ୍ବର୍ଗତ କିଶୋର ମହାନ୍ତିଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କିଶୋର ବାବୁଙ୍କ ସରଳତା ତାଙ୍କର ବଡ ପରିଚୟ ଥିଲା। ଦଳମତ ନିର୍ବିଶେଷରେ ସେ ସମସ୍ତଙ୍କର ପ୍ରିୟପାତ୍ର ହୋଇପାରିଥିଲେ। ତୃଣମୂଳ ସ୍ତରରୁ ରାଜନୀତି ଆରମ୍ଭ କରି ସେ ସରକାରୀ ମୁଖ୍ୟ ସଚେତକ, ସାଂସଦ, ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଏବଂ ରାଜ୍ୟ ବିଧାନ ସଭାର ବାଚସ୍ପତି ମଧ୍ୟ ହୋଇଥିଲେ। ବିଜୁ ଜନତା ଦଳର ସେ ଜଣେ ଦକ୍ଷ ସଂଗଠକ ଓ ନେତା ଥିଲେ। ଦଳକୁ ମଜବୁତ କରିବାରେ ତାଙ୍କର ବହୁତ ଅବଦାନ ଥିଲା।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ଶ୍ରୀ ନବ ଦାସ ଯୋଗ ଦେଇ କହିଲେ ଯେ ସ୍ବର୍ଗତ କିଶୋର ବାବୁଙ୍କ ସହିତ ତାଙ୍କର ଘନିଷ୍ଠ ସଂପର୍କ ଥିଲା। ସେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ । ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ସେ ଅନେକ ଉନ୍ନୟନମୂଳକ କାମ କରିଯାଇଛନ୍ତି। ବିଧାୟକ ତଥା ସ୍ବର୍ଗତ ମହାନ୍ତିଙ୍କ ପତ୍ନୀ ଶ୍ରୀମତୀ ଅଳକା ମହାନ୍ତି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରି କହିଲେ ଯେ ସ୍ବର୍ଗତ କିଶୋର ମହାନ୍ତି ବ୍ରଜରାଜନଗର ତଥା ସମଗ୍ର ପଶ୍ଚିମ ଓଡିଶାର ଲୋକଙ୍କ ହୃଦୟରେ ସବୁ ଦିନ ପାଇଁ ଅମର ହୋଇ ରହିବେ। ଏହି କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ।

Leave A Reply

Your email address will not be published.