ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ଆତଙ୍କୀଙ୍କ ଗୁଳିମାଡରେ ୪ ମୃତ

0

ଜମ୍ମୁ-କଶ୍ମୀର; ଜମ୍ମୁ-କଶ୍ମୀରରେ ଘରେ ପଶି ଲୋକଙ୍କ ଉପରେ ଆଖିବୁଜା ଗୁଳିମାଡ କଲେ ଆତଙ୍କବାଦୀ । ଏଥିରେ ୪ ଜଣ ସାଧାରଣ ନାଗରିକ ପ୍ରାଣ ହରାଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି ।

ସୂଚନା ଅନୁଯାୟୀ, ରବିବାର ଜମ୍ମୁ-କଶ୍ମୀରର ରଜୌରୀର ସାଙ୍ଗରି ଗାଁରେ ଗାଁରେ ଦୁଇ ଜଣ ଯୁବକ ଏକ କାର୍‌ରେ ଆସି ଲୋକଙ୍କ ଉପରକୁ ଆଖିବୁଜା ଗୁଳିମାଡ଼ କରିଥିଲେ । ଦୁର୍ବୃତ୍ତଙ୍କ ଗୁଳି ମାଡ଼ରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ଜଣ ଆହତ ହୋଇଛନ୍ତି । ଆକ୍ରମଣ ପରେ ଆତଙ୍କବାଦୀମାନେ କାର୍‌ରେ ଫେରାର ହୋଇଯାଇଥିବା କୁହାଯାଉଛି। ଆହତଙ୍କୁ ଉଦ୍ଧାର କରି ରଜୌରୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ଏଠାରେ ଚିକିତ୍ସିତ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ଫଳରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି ।

ସେହିପରି ଆହତଙ୍କ ମଧ୍ୟରୁ କିଛି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ବେଳେ ଆଗକୁ ଆହୁରି ବଢିପାରେ ମୃତ୍ୟୁସଂଖ୍ୟା । ଘଟଣା ପରେ ସଂପୃକ୍ତ ଅଞ୍ଚଳକୁ ସୁରକ୍ଷା କର୍ମୀମାନେ ଘେରାଉ କରି ରଖିଛନ୍ତି। ସେପଟେ ଏହି ଆକମ୍ରଣ ପରେ ସ୍ଥାନୀୟ ଅଞ୍ଚଳରେ ଲୋକେ ଆତଙ୍କିତ ହୋଇପଡିଛନ୍ତି ।

Leave A Reply

Your email address will not be published.