ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ

0

ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ । ଫେବ୍ରୁଆରୀ ୧ରେ ଆସିପାରେ ବଜେଟ । ଏହି ଅଧିବେଶନ ଆସନ୍ତା ଏପ୍ରିଲ ୬ ଯାଏ ଚାଲିବା ସମ୍ଭାବନା ରହିଛି । ପ୍ରଥମ ଦିନ ସଂସଦର ମିଳିତ ଅଧିବେଶନରେ ଉଦବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସଂସଦର ମିଳିତ ଅଧିବେଶନରେ ପ୍ରଥମ ଥର ଲାଗି ଉଦବୋଧନ ଦେବେ ରାଷ୍ଟ୍ରପତି

ବଜେଟ ଅଧିବେଶନ ଆରମ୍ଭର ପ୍ରଥମ ଦିନରେ ଆଗତ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ । ଫେବ୍ରୁଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିବେ । ଆସନ୍ତା ଫେବ୍ରୁଆରୀ ୧୦ ଯାଏ ଚାଲିବ ସଂସଦର ପ୍ରଥମ ପର୍ଯ୍ୟାୟ । ସଂସଦର ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୬ରୁ ଆରମ୍ଭ ହୋଇ ଏପ୍ରିଲ ୬ରେ ସରିବ ।

Leave A Reply

Your email address will not be published.